ରିପୋର୍ଟ କାର୍ଡ / ଭୁବନେଶ୍ୱର
ବଙ୍ଗୋପସାଗରରେ ଅବପାତରେ ପରିଣତ ହେଲା ସୁଦୃଶ୍ୟ ଲଘୁଚାପ । ପଶ୍ଚିମକେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଅବପାତ ସୃଷ୍ଟି ହୋଇଛି। ଏହା ଘନୀଭୂତ ହୋଇ ଉତ୍ତରପଶ୍ଚିମ ଦିଗକୁ ଗତି କରି ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ମୁହାଁଇବ । ଆସନ୍ତା ୨୪ ଘଣ୍ଟାରେ ଏହା ଗଭୀର ଅବପାତରେ ପରିଣତ ହେବା ସମ୍ଭାବନା ରହିଛି। ଗଭୀର ଅବପାତ ଓଡ଼ିଶା ଓ ପଶ୍ଚିମବଙ୍ଗ ଅତିକ୍ରମ କରିବ । ଏହା ପ୍ରଭାବରେ ୧୧ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ପାଣିପାଗ ବିଭାଗର ସଦ୍ୟତମ ସୂଚନା ଅନୁସାରେ, ବଙ୍ଗୋପସାଗରରେ ହୋଇଥିବା ଅବପାତ ୨୪ ଘଣ୍ଟାରେ ଗଭୀର ଅବପାତରେ ପରିଣତ ହୋଇପାରେ। ଯାହାର ପ୍ରଭାବରେ ୧୧ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳ ବର୍ଷା ହୋଇପାରେ। ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଗଂଜାମ, ଗଜପତି, ରାୟଗଡ଼ା, ମାଲକାନଗିରି ଓ କୋରାପୁଟକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଏହାବାଦ୍ କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର ଜିଲ୍ଲା ଏବଂ କଟକ, ନୟାଗଡ଼, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁରକୁ ବି ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ।






More Stories
ବଜେଟ ଫୋକସ୍ରେ ମଧ୍ୟବିତ୍ତ…..
ମୟୂରଭଞ୍ଜ ଗସ୍ତର ରାଷ୍ଟ୍ରପତିଙ୍କ ଅନ୍ତିମଦିନ…..
ଭଡ଼ାଘର ଦେବେ ସରକାର…..