Report Card Odisha

| Daily Odia News

୧୯ ରୁ ୨୨ ଯାଏଁ ବର୍ଷା…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଆଗାମୀ ୨୪ ଘଣ୍ଟାରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା ରହିଛି | ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏହି ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା ରହିଛି। ଫଳରେ ୧୯ ରୁ ୨୨ ଯାଏଁ ବିସ୍ତୃତ ବର୍ଷା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ଏହାସହ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ମଧ୍ୟ ସମ୍ଭାବନା ରହିଛି। ସେହିପରି ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ରେକର୍ଡ କରାଯାଇଛି। ଗୋଟିଏ ସ୍ଥାନରେ ଅତ୍ୟନ୍ତ ପ୍ରବଳ ସହ ୩ଟି ସ୍ଥାନରେ ଅତି ପ୍ରବଳ ବର୍ଷା ହୋଇଛି। ୧୨ଟି ସ୍ଥାନରେ ପ୍ରବଳ ବର୍ଷା ରେକର୍ଡ କରାଯାଇଥିବା ବେଳେ ବଲାଙ୍ଗୀର ଜିଲାରେ ସର୍ବାଧିକ ବର୍ଷା ରେକର୍ଡ ହୋଇଛି। ୨୪ ଘଣ୍ଟାରେ ବଲାଙ୍ଗୀର ଗୁଡଭେଲାରେ ସର୍ବାଧିକ ୨୯୬.୪ ମିମି ବର୍ଷା ରେକର୍ଡ କରାଯାଇଛି। କଳାହାଣ୍ଡି ଥୁ.ରାମପୁରରେ ୧୮୯ ମିମି,କର୍ଲାମୁଣ୍ଡାରେ ୧୮୪ ମିମି ବର୍ଷା ରେକର୍ଡ ହୋଇଛି।

Breaking News