ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
କେରଳରେ ଭୟଙ୍କର ଭୂସ୍ଖଳନ। କେରଳ ୱାୟନାଡରେ ଭୀଷଣ ବର୍ଷା ଯୋଗୁଁ ଭୂସ୍ଖଳନ ହୋଇଛି। ଏଥିରେ ବର୍ତ୍ତମାନ ସୁଦ୍ଧା ୬୦ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ରହିଛି। ମୃତକଙ୍କ ମଧ୍ୟରେ ଛୋଟ ପିଲା ମଧ୍ୟ ରହିଥିବା ସୂଚନା ରହିଛି । ଏହାସହ ମାଡ଼ି ଅତଡ଼ା ତଳେ ୧୦୦ରୁ ଅଧିକ ଲୋକ ଚାପ ହୋଇ ରହିଥିବା ଆଶଙ୍କା କରାଯାଉଛି। ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ଧାରକାରୀ ଅପରେସନକୁ ଜୋରଦାର କରାଯାଇଛି। ଘଟଣା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କେରଳ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନଙ୍କ ସହ କଥା ହୋଇଛନ୍ତି। ଏହି ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମଧ୍ୟ ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି। ମଙ୍ଗଳବାର ସକାଳେ ମେପ୍ପାଡି ନିକଟରେ ଏହି ଘଟଣା ଘଟିଛି। ସବିଶେଷ ତଥ୍ୟ ଅନୁଯାୟୀ, ପ୍ରଥମ ଭୂସ୍ଖଳନ ପ୍ରାୟ ରାତି ୨ଟା ସମୟରେ ଘଟିଥିଲା। ପରେ, ସକାଳ ପ୍ରାୟ ୪.୧୦ ସମୟରେ ଜିଲ୍ଲାରେ ଆଉ ଏକ ଭୂସ୍ଖଳନ ହୋଇଥିଲା। ନ୍ୟାସନାଲ ବିପର୍ଯ୍ୟୟ ମୁକାବିଲା ଫୋର୍ସ (ଏନଡିଆରଏଫ)ର ଅଗ୍ନିଶମ ବାହିନୀ ଏବଂ ଦଳ ଉକ୍ତ ଅଞ୍ଚଳରେ ନିୟୋଜିତ ହୋଇଥିଲେ ଏବଂ ଅତିରିକ୍ତ ଏନଡିଆରଏଫ ଦଳ ୱାୟାନାଡ ଅଭିମୁଖେ ଯାତ୍ରା କରିଥିଲେ ବୋଲି ନ୍ୟୁଜ ଏଜେନ୍ସି ପିଟିଆଇ ରିପୋର୍ଟ କରିଛି।






More Stories
ଠିକ୍ ସମୟରେ କାମ ନହେଲେ କାର୍ଯ୍ୟାନୁଷ୍ଠାନ…..
ଆଜି ଦେଶବ୍ୟାପି ୬ଘଣ୍ଟିଆ ଧର୍ମଘଟ……
୩୦ ସପ୍ତାହର ଗର୍ଭପାତ ପାଇଁ ଅନୁମତି ଦେଲେ ସୁପ୍ରିମକୋର୍ଟ……