ରିପୋର୍ଟ କାର୍ଡ / ଭୁବନେଶ୍ୱର
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ କ୍ରମେ ଦୁର୍ବଳ ହୋଇ ଶୁକ୍ରବାର ଅବପାତରେ ପରିଣତ ହୋଇଛି। ଏହା ପ୍ରଭାବରେ ଉତ୍ତରପୂର୍ବ ରାଜ୍ୟଗୁଡିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି। ତେବେ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ହୋଇଥିଲେ ମଧ୍ୟ ଅଧିକାଂଶ ଜିଲ୍ଲାରେ ପାଗ ଶୁଖିଲା ରହିବା ସହ ଗୁଳୁଗୁଳି ଅନୁଭୂତ ହୋଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁସାରେ, ଶନିବାର ରାଜ୍ୟର ବିଭିନ୍ନ ଜିଲାର କିଛି କିଛି ସ୍ଥାନରେ ବଜ୍ରପାତ ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ବିଶେଷକରି ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ସୁନ୍ଦରଗଡ଼, କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ ରାୟଗଡ଼ା ଆଦି ଜିଲ୍ଲାରେ ଘଣ୍ଟା ପ୍ରତି ୩୦ରୁ ୪୦ କି.ମି. ବେଗରେ ପବନ ବହିପାରେ। ଜୁନ୍ ୨ରୁ ୭ ପର୍ଯ୍ୟନ୍ତ ରାଜ୍ୟରେ ଭାରି ବର୍ଷାର ସମ୍ଭାବନା ନାହିଁ।






More Stories
୧ରୁ ସୁଭଦ୍ରା ନୂଆ ଆବେଦନ…..
ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ….
ସରିଲା ଯୁକ୍ତ ୨ ପରୀକ୍ଷା:୪୫ ଦିନ ଭିତରେ ରେଜଲ୍ଟ…..