ରିପୋର୍ଟ କାର୍ଡ / ଭୁବନେଶ୍ୱର
ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଗାମୀ ୩୬ ଘଣ୍ଟା ମଧ୍ୟରେ ଲଘୁଚାପଟି ଅବପାତରେ ପରିଣତ ହେବା ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୧୧ ତାରିଖ ତାରିଖ ସୁଦ୍ଧା ଏହା ତାମିଲନାଡ଼ୁ ଉପକୂଳକୁ ଛୁଇଁବ। ଫଳରେ ଆଜିଠୁ ତାମିଲନାଡ଼ୁ ଉପକୂଳରେ ଆଜିଠୁ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି | ୧୧ ତାରିଖ ଯାଏଁ ତାମିଲନାଡ଼ୁରେ ପ୍ରବଳ ବର୍ଷା ହୋଇପାରେ । ଫଳରେ ଏବେ ଚେନ୍ନାଇ ଓ ଆଖପାଖ ଅଞ୍ଚଳରେ ସମସ୍ୟା ବଢ଼ିଛି । ଗତ ତିନି ଦିନ ଧରି ଚେନ୍ନାଇରେ କୁତ୍ରିମ ବନ୍ୟା ପରିସ୍ଥିତି ଥିବା ବେଳେ ଏବେ ସ୍ଥିତି ଗମ୍ଭୀର ହେବା ନେଇ ଆକଳନ କରାଯାଇଛି। ଆଗାମୀ ଦୁଇ ଦିନ ଯାଏଁ ପାଗ ମୁଖ୍ୟତଃ ଶୁଖିଲା ରହିବ। ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଏହାର ପ୍ରଭାବରେ ପୂର୍ବ ଦିଗରୁ ଉଷ୍ମ ଏବଂ ଆଦ୍ର ବାୟୁ ଓଡ଼ିଶା ମଧ୍ୟକୁ ପ୍ରବେଶ କରିବ। ଫଳରେ ରାତିର ତାପମାତ୍ରା ସାମାନ୍ୟ ବୃଦ୍ଧି ହେବା ସମ୍ଭାବନା ରହିଛି। ଏଥିସହ କିଛି ଅଞ୍ଚଳରେ ହାଲୁକା ବର୍ଷା ହେବା ସମ୍ଭାବନା ରହିଛି। ଆସନ୍ତା ୧୧ ଏବଂ ୧୨ ତାରିଖ ଦକ୍ଷିଣ ଓଡ଼ିଶାରେ ହାଲୁକା ବର୍ଷା ସମ୍ଭାବନା ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।






More Stories
ଭୁବନେଶ୍ୱର ଗଣବଳାତ୍କାର:ଝିଅମାନେ ରାତି ୮ଟା ପରେ…..
ବଢ଼ିବ ଜମି ମୂଲ୍ୟ…..
ବିଶ୍ଵସନୀୟତା ହରାଉଛି ସରକାର….