Report Card Odisha

| Daily Odia News

ପଶ୍ଚିମା ଝଡ଼ ପ୍ରଭାବ: ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ….

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଟ୍ୱିନ ସିଟିରେ ଝିପିଝିପି ବର୍ଷା ଲାଗି ରହିଛି। ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ୧୦ ଜିଲ୍ଲାର କୋହଲା ପାଗ ସାଙ୍ଗକୁ ହାଲୁକା ବର୍ଷା ସହ ୧୪ ଜିଲ୍ଲାରେ ଘଡ଼ଘଡ଼ି ସହ ମଧ୍ୟମଧରଣର ବର୍ଷା ହେବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ପାଣିପାଗକେନ୍ଦ୍ରର ସୂଚନା ଅନୁସାରେ, ପଶ୍ଚିମା ଝଡ଼ ପ୍ରଭାବରେ ବାୟୁ ମଣ୍ଡଳର ମଧ୍ୟ ଏବଂ ଉପରିଭାଗର ନିମ୍ନଚାପ ରେଖା ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଲାଗି ରହିଛି। ଆଜି ୧୦ ଜିଲ୍ଲାର କୋହଲା ପାଗ ସାଙ୍ଗକୁ ହାଲୁକା ବର୍ଷା ହେବା ସହ୧୪ ଜିଲ୍ଲାରେ ଘଡ଼ଘଡ଼ି ସହ ମଧ୍ୟମଧରଣର ବର୍ଷା ହେବ। ଏନେଇ ଏହି ସବୁ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା ବରଗଡ଼, ବଲାଙ୍ଗିର, ସୋନପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା,ସମ୍ବଲପୁର, ନୂଆପଡ଼ା, ବୌଦ୍ଧ, ଅନୁଗୋଳ, କେନ୍ଦୁଝର, କଟକ, ଖୋର୍ଦ୍ଧା, ଢେଙ୍କାନାଳ ଓ ଦେବଗଡ଼। ଏହିସବୁ ଜିଲ୍ଲାରେ ୩ ଘଣ୍ଟା ପାଇଁ ୱାର୍ଣ୍ଣିଂ ଜାରି କରାଯାଇଛି।

Breaking News