ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଏହା ଲଘୁଚାପରେ ପରିଣତ ହୋଇପାରେ। ଏଥିସହିତ ମୌସୁମୀ ନିମ୍ନଚାପ ରେଖା ଆଜି ପଶ୍ଚିମବଙ୍ଗର ଦିଘାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ଉତ୍ତର-ପୂର୍ବ ବଙ୍ଗୋପସାଗର ଯାଏଁ ଲମ୍ବିଛି। ଏହାର ପ୍ରଭାବରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ କିଛି ଅଞ୍ଚଳରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ଥିବାରୁ ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି। ଲଘୁଚାପ ସୃଷ୍ଟି ହେବା ପରେ ୮ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ବଢିବ। ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, କଟକ, ଜଗତସିଂହପୁର, ମାଲକାନଗିରି, କୋରାପୁଟ, ରାୟଗଡା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, ଯାଜପୁର, ମୟୂରଭଞ୍ଜ ଏବଂ କେନ୍ଦୁଝରର କିଛି ଅଞ୍ଚଳରେ ବଜ୍ରପାତକୁ ଦୃଷ୍ଟିରେ ରଖି ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଗଞ୍ଜାମ, ଗଜପତି, କନ୍ଧମାଳ, ମାଲକାନଗିରି, କୋରାପୁଟ, ରାୟଗଡା ଏବଂ ନବରଙ୍ଗପୁରର କେତେକ ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ସତର୍କ ସୂଚନା ଜାରି କରାଯାଇଛି।






More Stories
ବିଧାନସଭାରେ କୋକେଇ ଶୋଭାଯାତ୍ରା…..
ସ୍ବତନ୍ତ୍ର ଶାସନ ସଚିବ ବୁଝିବେ…..
ପୁଣି SCB ମେଡିକାଲରେ ଅଘଟଣ: ଜଳିଲା….