ରିପୋର୍ଟ କାର୍ଡ /ଭୁବନେଶ୍ୱର
ଓଡ଼ିଶା ଉପକୂଳରେ ଗୁରୁଚାପ ବଳୟ ସକ୍ରିୟ ରହିଛି। ଏହା ପ୍ରଭାବରେ ରାଜ୍ୟରେ ୨୮ତାରିଖ ପର୍ଯ୍ୟନ୍ତ କାଳବୈଶାଖୀ ସହ ବର୍ଷା ହେବାର ସମ୍ଭାବନା ରହିଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ କେତେକ ସ୍ଥାନରେ ପବନ ଘଡଘଡି ସହ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସୂଚନା ଅନୁସାରେ, ଆଗାମୀ ୨୪ ଘଣ୍ଟା ମଧ୍ୟରେ ୧୫ ଜିଲ୍ଲାରେ ପବନ ଘଡଘଡି ସହ ବର୍ଷା ହେବ। ଏଥିପାଇଁ ୧୧ଟି ଜିଲ୍ଲାଟି ୟଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲା ଗୁଡ଼ିକ ହେଲା ଝାରସୁଗୁଡ଼ା, ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ସମ୍ବଲପୁର ,ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ସୋନପୁର, ଗଜପତି, ଗଞ୍ଜାମ, ରାୟଗଡ଼ା,ମାଲକାନଗିରି ଓ କୋରାପୁଟ। ଏହି ଜିଲ୍ଲାମାନଙ୍କରେ ମଧ୍ୟମ ଧରଣ ବର୍ଷା ହେବା ସହ ପବନର ଘଣ୍ଟାପ୍ରତି ୪୦ରୁ ୫୦ କି.ମି. ବୋହିବ।






More Stories
ଶୁଭାରମ୍ଭ ହେବ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା…..
ଆଜି ରାଷ୍ଟ୍ରପତିଙ୍କର ଓଡିଶା ଗସ୍ତର ଦ୍ଵିତୀୟ ଦିନ:ବିରଜା ମନ୍ଦିର ପରିଦର୍ଶନ…..
ଛାଡ଼ପତ୍ରପ୍ରାପ୍ତ ବିବାହିତ ଝିଅଙ୍କୁ ମିଳିବ…..