ରିପୋର୍ଟ କାର୍ଡ /ଭୁବନେଶ୍ବର
ଆସନ୍ତା ୧୭ ତାରିଖରୁ ଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣି ବଳୟ। ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)ର ରିପୋର୍ଟ ମୁତାବକ ଆସନ୍ତା ଅଗଷ୍ଟ ୧୫ ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ସାଇକ୍ଲୋନିକ ସର୍କୁଲେସନ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପରବର୍ତ୍ତୀ ୪୮ ଘଣ୍ଟା ଅର୍ଥାତ ୧୭ ତାରିଖ ସୁଦ୍ଧା ଏକ ଲଘୁଚାପରେ ପରିଣତ ହେବ । ଏହାର ପ୍ରଭାବରେ ଓଡ଼ିଶା, ଉପକୂଳ ଆନ୍ଧ୍ରପ୍ରଦେଶ, ଛତିଶଗଡ଼, ତେଲେଙ୍ଗାନା, ବିଦର୍ଭ ଆଦି ଅଞ୍ଚଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ଲଘୁଚାପ ଯୋଗୁଁ ନିଷ୍କ୍ରିୟ ହୋଇଯାଇଥିବା ମୌସୁମୀ ପୁଣି ସକ୍ରିୟ ହେବା ଆଶା କରାଯାଉଛି । ତେବେ ଦେଶର ଅନ୍ୟ ଭାଗରେ ବର୍ଷା ପରିମାଣ ସାମାନ୍ୟ ରହିବ ବୋଲି ଆଇଏମଡି କହିଛି ।
Discussion about this post