ରିପୋର୍ଟ କାର୍ଡ / ଭୁବନେଶ୍ୱର
ଦୀପାବଳୀକୁ ଭିଜେଇବ ବର୍ଷା | ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ୧୧ଟି ଜିଲ୍ଲା ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଓ ନୟାଗଡ ଜିଲ୍ଲାର ଗୋଟିଏଦୁଇଟି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ତେବେ ଲଘୁଚାପ ପ୍ରଭାବରେ ଆଜିଠାରୁ ୪ ତାରିଖ ପର୍ଯ୍ୟନ୍ତ ଦକ୍ଷିଣ ଓଡ଼ିଶାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ନବରଙ୍ଗପୁର, କନ୍ଧମାଳ, କଳାହାଣ୍ଡି ଜିଲ୍ଲାର କେତେକ ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଅନ୍ୟସବୁ ସ୍ଥାନମାନଙ୍କରେ ପାଗ ସ୍ୱାଭାବିକ ରହିବ ବୋଲି ଜଣାପଡ଼ିଛି । ଟିଟିଲାଗଡ଼ଠାରେ ଦିନର ସର୍ବୋଚ୍ଚ ତାପମାତ୍ରା ୩୩ ଡିଗ୍ରୀ ସେଲ୍ସିୟସ୍ ରହିଥିବାବେଳେ ସର୍ବନିମ୍ନ ତାପମାତ୍ରା ଫୁଲବାଣୀଠାରେ ୧୮ ଡିଗ୍ରୀ ସେଲ୍ସିୟସ୍ ରେକର୍ଡ଼ କରାଯାଇଛି ।






More Stories
ସୃଷ୍ଟି ହେଲା ଘୂର୍ଣ୍ଣିବଳୟ,ବାତ୍ୟା ଆଶଙ୍କା…..
ପିଲାଙ୍କୁ ମିଳିବ ୟୁନିଫର୍ମ…..
ବସ୍ତି ବାସିନ୍ଦାଙ୍କୁ ମିଳିବ ଘର…..