ରିପୋର୍ଟ କାର୍ଡ / ଭୁବନେଶ୍ୱର
ବଙ୍ଗୋପସାଗର ସୃଷ୍ଟ ଅବପାତ ପ୍ରଭାବରେ ରାଜ୍ୟରେ ବର୍ଷାର ସମ୍ଭାବନା ରହିଛି । ୧୩ ରେ ଆଉ ଏକ ଲଗୁଚାପ । ୧୬ ତାରିଖ ଯାଏଁ ଘଡଘଡି ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭବନା ରହିଛି । ସୂଚନା ମୁତାବକ ଗଞ୍ଜାମ, ଗଜପତି, ରାୟଗଡା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି , କନ୍ଧମାଳ, ନୟାଗଡ,କଟକ, ଖୋର୍ଦ୍ଧା, ଜଗତସିଂହପୁର, ଢେଙ୍କାନାଳ, କେନ୍ଦ୍ରାପଡା ଆଦି ଜାଗାରେ ପ୍ରବଳରୁ ଅତି ପ୍ରବଳ ବେଗରେ ବର୍ଷା ହେବାର ସମ୍ଭାବନା ରହିଛି। ଲଘୁଚାପ କ୍ଷେତ୍ରର ଗତି ପଶ୍ଚିମ ଉତରପଶ୍ଚିମ ଦିଗକୁ ରହିଥିବାର ଖବର ଆସିଛି । ଆସନ୍ତା ୪୮ ଘଂଟା ଭିତରେ ବର୍ଷାର ବେଗ ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି । ଏନେଇ ଭୂବନେଶ୍ୱର ଆଂଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।






More Stories
ଜିଲ୍ଲା ଯୋଜନା ବୋର୍ଡ ପାଇଁ ଅଧ୍ୟକ୍ଷ ନିଯୁକ୍ତ…..
ରାଜ୍ୟରେ ଡିଜିଟାଲ୍ ଜନଗଣନା ଆରମ୍ଭ….
କ୍ଷମା ମାଗିଲେ ଦୁବେ:ବିଜୁବାବୁ ଷ୍ଟେଟସ୍ ମ୍ୟାନ୍ ଥିଲେ…..