Report Card Odisha

| Daily Odia News

ଶନିବାରରୁ ପୁଣି ବର୍ଷୀବ….

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଦକ୍ଷିଣ- ପଶ୍ଚିମ ବଙ୍ଗୋପସାଗରରୁ ଉତ୍ତର ବଙ୍ଗୋପସାଗର ମଧ୍ୟରେ ଟ୍ରପ ଲାଇନ ସୃଷ୍ଟି ହୋଇଛି । ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶା ସମେତ ଢେଙ୍କାନାଳ, କନ୍ଧମାଳ ଏବଂ ରାୟଗଡାରେ ବର୍ଷା ହେବାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଶନିବାର ସକାଳ ସୁଦ୍ଧା ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଗଞ୍ଜାମ ଏବଂ ଗଜପତି ଜିଲ୍ଲାରେ ଅଧିକାଂଶ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ୧୨ ତାରିଖ ପରେ ରାଜ୍ୟରେ ପାଗରେ ପରିବର୍ତ୍ତନ ଆସିବା ସହ ଶୀତ ବଢିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ । ଏବେ ରାଜ୍ୟରେ ବର୍ଷା ଜାରି ରହିଥିବାରୁ ବାୟୁମଣ୍ଡଳରେ ଜଳୀୟବାଷ୍ପର ପରିମାଣ ବଢିଛି। ଫଳରେ ସ୍ବାଭାବିକଠାରୁ ୪ରୁ ୫ ଡିଗ୍ରୀ ତାପମାତ୍ରା ବୃଦ୍ଧି ପାଇଛି । ଆସନ୍ତା ୩ରୁ ୪ ଦିନ ମଧ୍ୟରେ ପାଗରେ ପରିବର୍ତ୍ତନ ହେବା ସହ ସ୍ବାଭାବିକଠାରୁ ୩ରୁ ୪ ଡିଗ୍ରୀ ତାପମାତ୍ରା କମିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

Breaking News