ରିପୋର୍ଟ କାର୍ଡ / ଭୁବନେଶ୍ୱର
ପଶ୍ଚିମା ଝଡ଼ ପ୍ରଭାବରେ ଆଗାମୀ ୧୬ ତାରିଖରୁ ରାଜ୍ୟରେ ହାଲୁକା ବର୍ଷା ସମ୍ଭାବନା ରହିଛି | ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି | ରାଜ୍ୟରେ ଆଗାମୀ ୨୪ ଘଣ୍ଟା ପରେ ତାପମାତ୍ରା ୩ ରୁ ୫ ଡିଗ୍ରି ଯାଏଁ ବୃଦ୍ଧି ପାଇବ। ଏହାଫଳରେ ଶୀତ କମିବ। ଆସନ୍ତା ୨୪ ଘଣ୍ଟା ଯାଏଁ ରାଜ୍ୟରେ ପାଗ ଶୁଖିଲା ଓ ଖରାଟିଆ ରହିବ। ପଶ୍ଚିମା ଝଡ଼ର ପ୍ରଭାବରେ ୧୬ ତାରିଖରେ ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଆଦି ୪ ଜିଲ୍ଲାରେ ହାଲୁକା ବର୍ଷାର ସମ୍ଭାବନା ରହିଥିବା କେନ୍ଦ୍ର ପକ୍ଷରୁ କୁହାଯାଇଛି। କିନ୍ତୁ ୧୭ ତାରିଖରୁ ପୁଣି ରାଜ୍ୟରେ ପାଗ ଶୁଖିଲା ରହିବ। ଏଣେ ଗତ ଦୁଇ ଦିନ ଧରି ରାଜ୍ୟରେ ଶୀତ ପ୍ରକୋପ ବଢ଼ିଛି। ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଅଞ୍ଚଳରେ ଶୀତ ଲହରି ମଧ୍ୟ ପ୍ରବାହିତ ହୋଇଥିବା ଜଣାପଡ଼ିଛି। ଓଡ଼ିଶାର ଅଧିକାଂଶ ସ୍ଥାନରେ ପାରଦ ତଳକୁ ଖସିଛି।
More Stories
ପୁଣି ଅଶାନ୍ତ ଶ୍ରୀକ୍ଷେତ୍ର:ଅଟୋଚାଳକଙ୍କୁ ହାଣୀଲେ ଦୃର୍ବୁତ୍ତ….
ହସ୍ପିଟାଲ ଛାତରୁ ଡେଇଁ ପଡ଼ିଲେ ରୋଗୀ…..
ବାଲେଶ୍ୱର ଛାତ୍ରୀଙ୍କ ସ୍ୱାସ୍ଥ୍ୟବସ୍ଥା ଏବେବି ସଙ୍କଟାପନ୍ନ…..