ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆସନ୍ତା ୫ ଦିନ ରାଜ୍ୟର ପାଗ ଶୁଖିଲା ରହିବ | ଆକାଶ ନିର୍ମଳ ରହିବା ଯୋଗୁଁ ତାପମାତ୍ରା ମଧ୍ୟ ବଢ଼ିବ। ୫ ଦିନ ପରେ ରାଜ୍ୟର ପାରଦ ବଢ଼ିବ ଓ ଗରମ ଅନୁଭୂତ ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ୭ରୁ ୧୨ ତାରିଖ ଭିତରେ ଗରମ ଦ୍ରୁତ ଗତିରେ ବୃଦ୍ଧି ପାଇବ ବୋଲି ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ରନାଥ ପଶୁପାଳକ ପୂର୍ବାନୁମାନ କରିଛନ୍ତି। ଆଭ୍ୟନ୍ତରୀଣ ଦକ୍ଷିଣ ଓଡ଼ିଶା ରାଜ୍ୟର ସବୁଠୁ ଉତ୍ତପ୍ତ ଅଞ୍ଚଳ ପାଲଟିବ। ତାପମାତ୍ରା ପ୍ରାୟ ୩ ଡିଗ୍ରିରୁ ଅଧିକ ବଢ଼ିପାରେ। ଅନୁଗୁଳ ସମେତ କେନ୍ଦ୍ରୀୟ ଓଡ଼ିଶା ଓ ଆଭ୍ୟନ୍ତରୀଣ ଦକ୍ଷିଣରେ ତାପମାତ୍ରା ପ୍ରାୟ ୪ ଡିଗ୍ରିରୁ ଅଧିକ ବଢ଼ିବ। ୧୧ ବା ୧୨ ତାରିଖରେ ଭୁବନେଶ୍ବରର ସର୍ବାଧିକ ତାପମାତ୍ରା ୩୮.୫ ଡିଗ୍ରି, ଅନୁଗୁଳ, ତାଳଚେର, ବଲାଙ୍ଗୀର, ଭବାନୀପାଟଣା, ଟିଟିଲାଗଡ଼ ଓ କାଲିମେଳାରେ ୩୯ ଡିଗ୍ରିରୁ ଅଧିକ ଓ ଝାରସୁଗୁଡ଼ାରେ ୩୭.୫ ଡିଗ୍ରି ଓ ଚାନ୍ଦବାଲିରେ ୩୭ ଡିଗ୍ରି ହୋଇପାରେ। ହୁଏତ କେତେକ ସ୍ଥାନରେ ପାରଦ ୪୦ ଡିଗ୍ରି ଛୁଇଁପାରେ।






More Stories
ସୃଷ୍ଟି ହେଲା ଘୂର୍ଣ୍ଣିବଳୟ,ବାତ୍ୟା ଆଶଙ୍କା…..
ପିଲାଙ୍କୁ ମିଳିବ ୟୁନିଫର୍ମ…..
ବସ୍ତି ବାସିନ୍ଦାଙ୍କୁ ମିଳିବ ଘର…..