Report Card Odisha

| Daily Odia News

୨୪ ଘଣ୍ଟା ମଧ୍ୟରେ ଲଘୁଚାପ ବାତ୍ୟା ଆଶଙ୍କା…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି | ଏନେଇ ପାଣିପାଗ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି। ଏପଟେ ଲଘୁଚାପ ବାତ୍ୟାର ରୂପ ନେବା ନେଇ ଚର୍ଚ୍ଚା ପ୍ରସଙ୍ଗରେ ଭାରତୀୟ ପାଣିପାଗ ବିଭାଗର ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ନିଜ ପ୍ରତିକ୍ରିୟା ଦେଇଛନ୍ତି। ବାତ୍ୟା ଆସୁଥିବା ଆଶଙ୍କା କରାଯାଉଛି । ବଙ୍ଗୋପସାଗରରେ ବାତ୍ୟା ସୃଷ୍ଟି ହେବା ନେଇ ସୂଚନା ଦେଇଛି ବିଭିନ୍ନ ପାଣିପାଗ ବିଭାଗ । ହେଲେ ବାତ୍ୟାର କୌଣସି ସ୍ପଷ୍ଟ ଚିତ୍ର ମିଳିପାରିନାହିଁ । ଆସନ୍ତା ୨୨ ତାରିଖ ବେଳକୁ ବଙ୍ଗୋପସାଗରରେ ବାତ୍ୟା ସୃଷ୍ଟି ହୋଇପାରେ ବୋଲି ଅନୁମାନ କରାଯାଉଛି । ହେଲେ ବର୍ତ୍ତମାନ ବାତ୍ୟାକୁ ନେଇ କୌଣସି ସ୍ପଷ୍ଟ ଚିତ୍ର ଆସିନାହିଁ । ଏହା ପ୍ରଭାବରେ ଉପକୂଳ ଓଡ଼ିଶାରେ ପାଗ ବଦଳିବା ସମ୍ଭାବନା ରହିଛି। ସୃଷ୍ଟି ହେବାକୁ ଥିବା ବାତ୍ୟାକୁ ନେଇ ବିଶିଷ୍ଟ ପାଣିପାଗ ବୈଜ୍ଞାନିକ ଡକ୍ଟର ସୁରେନ୍ଦ୍ରନାଥ ପଶୁପାଳକ ତାଙ୍କ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି, ଜିଏଫଏସ, ଇସିଏମଡବ୍ଲୁଏଫ, ଆଇଏମଡି ଜିଏଫଏସ ମଡେଲ ଅନୁସାରେ ଆସନ୍ତା ୨୦ ତାରିଖବେଳକୁ ଦକ୍ଷିଣ ପୂର୍ବ ବଙ୍ଗୋପସାଗରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ଅଛି । ଏହା କ୍ରମଶଃ ଘନୀଭୂତ ହୋଇ ଉତ୍ତର ବଙ୍ଗୋପସାଗରରେ ପହଞ୍ଚିବ । ହେଲେ ଏହାର ଗତିପଥ ଓ ତୀବ୍ରତା କିଛି ଜଣାପଡ଼ିନାହିଁ । ଧୀରେ ଧୀରେ ବାତ୍ୟାର ସ୍ପଷ୍ଟ ଚିତ୍ର ଆସିବ ।

 

Breaking News