ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଆସନ୍ତା ୪ରୁ ୫ ଦିନ ମଧ୍ୟରେ ଉପକୂଳ ଓ ଆଭ୍ୟନ୍ତରୀଣ କିଛି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଘଡ଼ଘଡ଼ି ସହ ବଜ୍ରପାତ ନେଇ ୧୦ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି। ଆଜି ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ଝାରସୁଗୁଡ଼ା, ସମ୍ବଲପୁର, କୋରାପୁଟ, ନବରଙ୍ଗପୁର, ମାଲକାନଗିରି ଏବଂ ବାଲେଶ୍ୱର ଜିଲ୍ଲାର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ବାକି ଅନ୍ୟ ଜିଲ୍ଲା ଗୁଡ଼ିକରେ ମଧ୍ୟ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଶୁକ୍ରବାର ଭୁବନେଶ୍ୱରରେ କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇ ଥିବାବେଳେ ଆସନ୍ତା ୨ରୁ ୩ ଦିନ ମଧ୍ୟରେ ମଧ୍ୟ ଏଭଳି ପାଗ ଲାଗି ରହିବ ବୋଲି ପାଣିପାଗ ବିଶେଷଜ୍ଞ କହିଛନ୍ତି। ଗତକାଲି କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇଥିବା ମଧ୍ୟ ରେକର୍ଡ ହୋଇଛି।






More Stories
ବର୍ଷାକୁ ନେଇ ବଡ଼ ଅପଡେଟ୍:ଜାରି ହେଲା ଆଲର୍ଟ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ:ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ…..