ରିପୋର୍ଟ କାର୍ଡ / ଭୁବନେଶ୍ୱର
ବଙ୍ଗୋପସାଗରରେ ସୃଷ୍ଚି ହୋଇଥିବା ଲଘୁଚାପ ୱେଲମାର୍କଡ଼ ରୂପ ନେଇଛି । ଏହାର ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ । ତେବେ ଉପକୂଳବର୍ତ୍ତି ଜିଲ୍ଲା ଗୁଡିକରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ପ୍ରବଳ ବର୍ଷା ନେଇ ୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହି ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼,ଦେବଗଡ଼,ଝାରସୁଗୁଡ଼ା, ସୋନପୁର, କେନ୍ଦୁଝର, ସମ୍ବଲପୁର, ବରଗଡ଼,ବଲାଙ୍ଗୀର, ନୂଆପଡ଼ା । ଲଘୁଚାପ ପ୍ରଭାବରେ ଉପକୂଳବର୍ତ୍ତୀ ଅଞ୍ଚଳରେ ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟରକୁ ବୃଦ୍ଧି ପାଇପାରେ ।
ତେବେ ଆଗାମୀ କିଛି ଦିନ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବାକୁ ବିଭାଗ ପକ୍ଷରୁ ସତର୍କ କରାଯାଇଛି ।
Discussion about this post