ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜିଠୁ ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ୧୮ ତାରିଖ ପର୍ଯ୍ୟନ୍ତ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଆଜି ପ୍ରବଳ ବର୍ଷା ନେଇ ୮ଜିଲ୍ଲାକୁ ୱେଲୋ ୱାର୍ଣ୍ଣି ଜାରି କରାଯାଇଛି | ଏହି ଜିଲ୍ଲା ଗୁଡିକ ମଧ୍ୟରେ ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଅନୁଗୁଳ ଜିଲ୍ଲାକୁ ରହିଛି । ୧୪ ଓ ୧୫ରେ ହାଲୁକା ବର୍ଷା ହେବାକୁ ଥିବାବେଳେ ୧୬ରୁ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ୧୬ରୁ ୧୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ୩୦ ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପଶ୍ଚିମା ଝଡର ପ୍ରଭାବରେ ଆଜି ଠାରୁ ପାଗରେ ପରିବର୍ତ୍ତନ ଦେଖା ଦେବ । ଆଜି ୮ ଜିଲ୍ଲାରେ ବିଜୁଳି ଓ ଘଡଘଡି ସହ ବର୍ଷା ହେବାର ଅନୁମାନ କରାଯାଇଛି। ନବରଙ୍ଗପୁର, ନୂଆପଡା, କଳାହାଣ୍ଡି, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଅନୁଗୁଳ ଆଦି ଜିଲ୍ଲା କୁ ସତର୍କ କରାଯାଇଛି । ଏହାସହିତ ଆସନ୍ତାକାଲି ପାଇଁ ୧୧ ଜିଲ୍ଲା ସତର୍କ ସୂଚନା ଜାରି କରାଯାଇଛି। ଉତ୍ତର ଓ ଦକ୍ଷିଣ ଓଡିଶାରେ ଏହାର ପ୍ରଭାବ ପଡିବାର ସମ୍ଭାବନା ରହିଛି । କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଅନୁଗୁଳ, ଢେଙ୍କାନାଳ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡା ଜିଲ୍ଲାରେ ବିଜୁଳି, ଘଡଘଡି ସହ ବର୍ଷାର ସମ୍ଭାବନା ରହିଛି । ୧୪ ଏବଂ ୧୫ ଅର୍ଥାତ ଆଜି ଏବଂ ଆସନ୍ତାକାଲି ହାଲୁକା ବର୍ଷା ହେବ। ୧୬ ତାରିଖରୁ ବର୍ଷାର ପରିମାଣ ବୃଦ୍ଧି ପାଇପାରେ। ସେହିପରି ୧୬ ତାରିଖରେ ଝଡ ସହ ପବନ ବର୍ଷା ହେବାର ସମ୍ଭାବନା ରହିଛି। ୮ଟି ଜିଲାକୁ ଏଥିପାଇଁ ସତର୍କ କରାଯାଇଛି। ତେବେ ୧୬ ତାରିଖରୁ ୧୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ୩୦ଟି ଜିଲାରେ ପଶ୍ଚିମା ଝଡର ପ୍ରଭାବ ପଡିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।






More Stories
ଏମିତି ବଜେଟ୍ କେବେ ଦେଖିନି……
ବିଜେଡିରୁ ନିଲମ୍ବନ ହେଲେ ଶଶୀ…..
ରାଷ୍ଟ୍ରପତିଙ୍କ ଗସ୍ତ:ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରସ୍ତୁତି ଆରମ୍ଭ…..