Report Card Odisha

| Daily Odia News

୨୫ ଯାଏଁ ତାତି…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ଲହରୀ ଜାରି ରହିଛି। ସକାଳ ୯ଟା ବେଳକୁ ଖରା ସାଙ୍ଗକୁ ଗୁଳୁଗୁଳି ଅସ୍ତବ୍ୟସ୍ତ କରୁଛି। ତେବେ ଆସନ୍ତା ୪ଦିନ ଅର୍ଥାତ୍‌ ୨୫ ତାରିଖ ପର୍ଯ୍ୟନ୍ତ ତାତିରୁ ନିସ୍ତାର ମିଳିବ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।ମଙ୍ଗଳବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଏବଂ ଗଜପତି ଜିଲ୍ଲାକୁ ପ୍ରବଳ ଖରା ସହିତ ଗରମ ଗୁଳୁଗୁଳି ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ବର୍ତ୍ତମାନ କାଳବୈଶାଖୀ ପ୍ରଭାବ ରହିଥିବାରୁ ମୟୂରଭଞ୍ଜ, କେନ୍ଦୁଝର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ ଏବଂ ଜଗତ୍‌ସିଂହପୁର ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ପାଇଁ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ଏହି ସମୟରେ ପବନର ବେଗ ୩୦ରୁ ୪୦ କି.ମି. ରହିବା ନେଇ ମଧ୍ୟ ସୂଚନା ଦିଆଯାଇଛି।

Breaking News