ରିପୋର୍ଟ କାର୍ଡ / ଭୁବନେଶ୍ବର
ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରିରହିଛି | ମୁଣ୍ଡ ଫାଟ ଖରା ସାଙ୍ଗକୁ ଗୁଳୁଗୁଳି | ଅଧିକାଂଶ ସହରର ତାପମାତ୍ରା ୪୦ରୁ ୪୫ ଡିଗ୍ରୀ ଯାଏଁ ରହୁଛି। ଏହାରି ଭିତରେ ଚଳିତ ବର୍ଷ ଅଂଶୁଘାତରେ ୨୦ ଜଣଙ୍କ ମୃତ୍ୟୁ ହୋଇଥିବା ସ୍ପଷ୍ଟ ହୋଇଛି। ତେବେ ୨୧ ତାରିଖରୁ ବର୍ଷାର ବିସ୍ତୃତି ବଢିବା ସହ ୨୨ରେ ବର୍ଷା ପରିମାଣ ବଢ଼ିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ | ପରବର୍ତ୍ତୀ ୨ ଦିନ ମଧ୍ୟରେ ତାପମାତ୍ରା ୩ରୁ ୫ ଡିଗ୍ରୀ ତଳକୁ ଖସିବା ସମ୍ଭାବନା ରହିଛି। ଆଶ୍ବସ୍ତିର କଥା ହେଉଛି ୨୧ରେ ରାଜ୍ୟର ଅନେକ ସ୍ଥାନରେ ହାଲୁକା ଓ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଥିବା ବେଳେ ୨୨ରେ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।






More Stories
ଆମ ବସ୍’ ଯାତ୍ରା ମାଗଣା…..
ଡି.ଏ.ଭି. ପବ୍ଲିକ୍ ସ୍କୁଲ,କଳିଙ୍ଗ ନଗରରେ ରକ୍ଷାବନ୍ଧନ ଉତ୍ସବ ପାଳିତ…..
ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ…..