Report Card Odisha

| Daily Odia News

ବଙ୍ଗୋପ ସାଗରରେ ଲଘୁଚାପ ସକ୍ରିୟ,୩ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ….

ରିପୋର୍ଟ କାର୍ଡ / ଭୁବନେଶ୍ୱର

କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସକ୍ରିୟ ରହିଛି। ଏହା ୨ ଦିନରେ ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହେବା ସମ୍ଭାବନା ରହିଛି। ଏହା ପ୍ରଭାବରେ ୧ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଜି ୩ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ରେଡ୍ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ପାଗ କେନ୍ଦ୍ର।ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଜି ମାଲକାନଗିରି, କୋରାପୁଟ ଓ ଗଜପତି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ସେହିପରି ରାୟଗଡ଼ା, ଗଞ୍ଜାମ,ନବରଙ୍ଗପୁର ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳ ବର୍ଷା ହେବ। ସେଥିପାଇଁ ଏହି ଜିଲ୍ଲା ଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି। ସେହିପରି ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, କନ୍ଧମାଳ, ବରଗଡ଼, ସୋନପୁର, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା ଓ ପୁରୀ ଜିଲ୍ଲା କିଛି ସ୍ଥାନରେ ପ୍ରବଳ ବର୍ଷା ସାଙ୍ଗକୁ ଘଡ଼ଘଡ଼ି ଓ ବିଜୁଳି ମାରିବାର ସମ୍ଭାବନା ରହିଛି। ସେଥିପାଇଁ ଏହି ସବୁ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି।

Breaking News