ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଆସନ୍ତା ୨ ଦିନ ମଧ୍ୟରେ ପାରଦ ୪ ଡିଗ୍ରୀ ତଳକୁ ଖସିବ । ଫଳରେ ସମଗ୍ର ରାଜ୍ୟରେ ଥଣ୍ଡା ଅନୁଭବ ହେବ । ପାଣିପାଗ ବିଭାଗ ତଥ୍ୟ ଅନୁସାରେ, ପୂର୍ବରୁ ପୂର୍ବାବାୟୁ ପ୍ରଭାବରେ ବଙ୍ଗୋପସାଗରରୁ ଉଷ୍ମ ଜଳୀୟବାଷ୍ପ ପ୍ରବେଶ କରୁଥିଲା । ଫଳରେ ଦକ୍ଷିଣ ଓଡ଼ିଶାରେ ବର୍ଷା ଓ ଅନ୍ୟ ଅଞ୍ଚଳରେ କୋହଲା ପାଗ ରହୁଥିଲା । ଏବେ ମେଘମୁକ୍ତ ଆକାଶ ସହିତ ପୂର୍ବାବାୟୁ ଚଳନ କମିଛି । ଫଳରେ ତାପମାତ୍ରା ହ୍ରାସ ପାଇବା ସହ ଶୀତ ବଢ଼ିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଗୁରୁବାର ବୌଦ୍ଧରେ ତାପମାତ୍ରା ସର୍ବନିମ୍ନ ୧୩.୫ ଡିଗ୍ରୀ ତଳେ ରହିଛି । ଦକ୍ଷିଣ ପଶ୍ଚିମ ସଂଲଗ୍ନ ଭାରତ ମହାସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ମାତ୍ର ଏହାର ପ୍ରଭାବ ରାଜ୍ୟ ଉପରେ ପଡ଼ିବ ନାହିଁ ।






More Stories
ରିଲ୍ସ ନିଶାରେ ନଦୀକୁ ଡେଇଁଲେ ଯୁବକ…..
କଟକରେ ଗାଡି ଜଳିବା ଘଟଣା :ନିଆଁ ଲଗାଇଥିଲେ ମହିଳା…..
ଭୁଲ ଇଞ୍ଜେକ୍ସନ୍ ନେଲା ଶିଶୁର ଜୀବନ…..