ରିପୋର୍ଟ କାର୍ଡ / ଭୁବନେଶ୍ୱର
ଉତ୍ତର, ଦକ୍ଷିଣ ଏବଂ ପଶ୍ଚିମ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ବିଜୁଳି, ଘଡ଼ଘଡ଼ି ସହିତ ବର୍ଷା ହୋଇଛି। ପବନ ବି ବହିଛି। ଫଳରେ ରାଜ୍ୟରେ ସର୍ବାଧିକ ତାପମାତ୍ରା ୩୭ ଡିଗ୍ରୀକୁ ଖସିଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ପ୍ରଭାବ ରହିବ। ତେଣୁ ଆଗାମୀ ତିନିଦିନ ପର୍ଯ୍ୟନ୍ତ ରାଜ୍ୟର ସର୍ବାଧିକ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ଆସିବ ନାହିଁ। ପରବର୍ତ୍ତୀ ସମୟରେ ସର୍ବାଧିକ ତାପମାତ୍ରା ୪ରୁ ୬ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବା ସମ୍ଭାବନା ରହିଛି। ଅର୍ଥାତ ୧୦ତାରିଖ ପରଠାରୁ ସାରା ରାଜ୍ୟରେ ତାତି ବଢ଼ିପାରେ।






More Stories
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..
ଲଘୁଚାପ ଘନୀଭୂତ ସମ୍ଭାବନା କମ୍….