ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଗାମୀ ୪୮ ଘଣ୍ଟା ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ ବାୟୁ । ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ପ୍ରବେଶ ପାଇଁ ପାଗ ଅନୁକୂଳ ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ, ଦକ୍ଷିଣ-ପଶ୍ଚିମ ମୌସୁମୀର ଉତ୍ତର ସୀମା ଏବେ ଜଲଗାଁଓ, ବିଦର, ତିରୁପତି ଓ ପୁଡୁଚେରୀ ଉପରେ ରହିଛି । ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ଗୁଜୁରାଟର ଆଉ କିଛି ଅଂଶ, ମଧ୍ୟପ୍ରଦେଶର କିଛି ଅଂଶ, ମଧ୍ୟ ମହାରାଷ୍ଟ୍ରର ସଂପୂର୍ଣ୍ଣ ଅଂଚଳ, ମରାଠଓ୍ବାଡ଼ା, ତାମିଲନାଡୁ ଓ କର୍ଣ୍ଣାଟକ, ତେଲେଙ୍ଗାନାର ଆଉ କିଛି ଅଂଶ, ଆନ୍ଧ୍ରପ୍ରଦେଶର ଆଉ କିଛି ଅଂଶ, ଓଡ଼ିଶାର କିଛି ଅଂଶ, ଗାଙ୍ଗେୟ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡକୁ ଛୁଇଁବାର ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟାରେ ଓଡ଼ିଶାର କେତେକ ସ୍ଥାନରେ ସ୍ପଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଏହି ସମୟରେ ଦକ୍ଷିଣ, ପଶ୍ଚିମ, ମଧ୍ୟ ଓ ଉପକୂଳ ଓଡ଼ିଶାର ମୋଟ ୨୦ଟି ଜିଲ୍ଲାର କେତେକ ସ୍ଥାନରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଏସବୁ ଜିଲ୍ଲା ପାଇଁ ହଳଦିଆ ସତର୍କତା ଜାରି କରାଯାଇଛି । ସେହିପରି ପରବର୍ତ୍ତୀ ୨୪ ଘଣ୍ଟାରେ ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନରେ ବଜ୍ରପାତ ସହ ବର୍ଷା ହୋଇପାରେ ।






More Stories
ପାନ ମସଲାକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ବୟାନ…..
ରାଷ୍ଟ୍ରପତିଙ୍କ ଗସ୍ତ:୩୦ ପ୍ଲାଟୁନ ଫୋର୍ସ ମୁତୟନ…..
କ୍ୟାବିନେଟ ବୈଠକରେ ୧୨ ପ୍ରସ୍ତାବକୁ ମଞ୍ଜୁରୀ…..