ରିପୋର୍ଟ କାର୍ଡ / ଭୁବନେଶ୍ୱର
ଦକ୍ଷିଣପୂର୍ବ ବଙ୍ଗୋପସାଗର-ଆଣ୍ଡାମାନ ସାଗରରେ ଆଜି ସକାଳେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁସାରେ, ଆଜି ସକାଳେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ରଟି ୧୯ ତାରିଖ ସୁଦ୍ଧା ଅବପାତରେ ପରିଣତ ହେବା ନେଇ ପୂର୍ବାନୁମାନ କରାଯାଇଛି। ତେବେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବ ଓଡ଼ିଶା ଉପରେ କଣ ରହିବ, ସେନେଇ ସ୍ପଷ୍ଟ ହୋଇ ନାହିଁ।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..