Report Card Odisha

| Daily Odia News

ଆଜି ପ୍ରବଳ ବର୍ଷୀବ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ଘନୀଭୂତ ହୋଇ ଏହା ଅବପାତର ରୂପ ନେବ। ଓଡ଼ିଶା-ଛତିଶଗଡ଼ ଦେଇ ଗତି କରିବାର ସମ୍ଭାବନା ରହିଛି । ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି । ତେବେ ପ୍ରବଳ ବର୍ଷାରେ ଗତ ୨ ଦିନ ହେବ ସାରା ରାଜ୍ୟ ଭିଜୁଛି । ବର୍ଷାରେ ବେହାଲ ହୋଇଛି ସାରା ଓଡ଼ିଶା । ଲଘୁଚାପ ପ୍ରଭାବରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ଅର୍ଥାତ୍ ୧୧ ତାରିଖ ପର୍ଯ୍ୟନ୍ତ ସାରା ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଦକ୍ଷିଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ବଲାଙ୍ଗିର, ଗଞ୍ଜାମ, ପୁରୀ ଓ ରାୟଗଡ଼ାରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏପରିକି ପ୍ରବଳ ବର୍ଷା ଯୋଗୁଁ ତଳି ଅଞ୍ଚଳ ଲୋକ ଜଳବନ୍ଦୀ ହେବାର ଆଶଙ୍କା ଦେଖାଦେଇଛି । ରାସ୍ତା ଧୋଇ ହୋଇଯିବା ସହ କଚ୍ଚା ଘର ଭାଙ୍ଗି ଯାଇପାରେ ବୋଲି ପାଣିପାଗ ବିଭାଗ ଆଶଙ୍କା କରିଛି । ଏନେଇ ସତର୍କ ସୂଚନା ମଧ୍ୟ ଜାରି କରାଯାଇଛି । ଏହି ସମୟ ମଧ୍ୟରେ ସମୁଦ୍ରକୁ ନ ଯିବାପାଇଁ ମତ୍ସ୍ୟଜୀବୀମାନଙ୍କୁ ସତର୍କ କରାଇ ଦିଆଯାଇଛି ।

Breaking News