ରିପୋର୍ଟ କାର୍ଡ / ଭୁବନେଶ୍ୱର
ଲଗୁଚାପ ଜନିତ ବର୍ଷା ଦେଇଯାଇଛି ରାଜ୍ୟକୁ ବନ୍ୟା ଆଉ ଦୁର୍ଦ୍ଦଶା | ବନ୍ୟା ପାଣି କମୁଥିବା ବେଳେ ଆଜିଠାରୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ସହ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ଏଥିପାଇଁ ୮ଜିଲ୍ଲାକୁ ପ୍ରବଳ ବର୍ଷା ଓ ୨୦ ଜିଲ୍ଲାକୁ ବର୍ଷା ସହ ଘଡ଼ଘଡ଼ି ହେବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଉତ୍ତର ଉପକୂଳ ଓଡ଼ିଶାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ କଟକ ସମେତ କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାର ଗୋଟିଏ ରୁ ଦୁଇଟି ସ୍ଥାନରେ ଆଜି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏଥିପାଇଁ ଏହି ଜିଲ୍ଲା ଗୁଡ଼ିକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଉତ୍ତର ଓଡ଼ିଶାର ସମସ୍ତ ୧୫ ଜିଲ୍ଲା ଓ ଦକ୍ଷିଣ ଓଡ଼ିଶାର ୫ଜିଲ୍ଲା ସମେତ ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ନୟାଗଡ଼ ଓ କନ୍ଧମାଳ ଜିଲ୍ଲାର ଗୋଟିଏ ରୁ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ହେବାର ସମ୍ଭାବନା ରହିଛି।






More Stories
ଏମିତି ବଜେଟ୍ କେବେ ଦେଖିନି……
ବିଜେଡିରୁ ନିଲମ୍ବନ ହେଲେ ଶଶୀ…..
ରାଷ୍ଟ୍ରପତିଙ୍କ ଗସ୍ତ:ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରସ୍ତୁତି ଆରମ୍ଭ…..