Report Card Odisha

| Daily Odia News

ପୁଣି ସୃଷ୍ଟି ଆଉ ଏକ ଘୂର୍ଣ୍ଣିବଳୟ,୧୧ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ……

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଲଘୁଚାପ ଜନିତ ବର୍ଷରେ ଭାସୁଛି ରାଜ୍ୟର ଅନେକ ଜିଲ୍ଲା | ଏକ ସପ୍ତାହ ରୁ ଅଧିକ ହେବ ରାଗିରହିଛି ରାଜ୍ୟରେ ଵନ୍ୟସ୍ଥିତି | ଲୋକେ ପାଣିଘେରରେ ରହି ଦୁର୍ଦଶା ଭୋଗୁଥିବା ବେଳେ ପୁଣି ଉତ୍ତର ପୂର୍ବ ବଙ୍ଗୋପସାଗର ଓ ଏହାର ପାଶ୍ୱବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି | ଏହାର ପ୍ରଭାବରେ କିଛି ସ୍ଥାନରେ ଭାରି ବର୍ଷା ହେବ। ରାଜ୍ୟର ୪ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାନେଇ ସୂଚନା ଦିଆଯାଇଥିବା ବେଳେ ୧୧ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ଦେବଗଡ଼ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ୧୧ ଜିଲ୍ଲାରେ ବୁଧବାର ପାଇଁ ୟେଲୋ ୱାର୍ଣ୍ଣିଂ ବି ଜାରି ହୋଇଛି । କେନ୍ଦୁଝର, ଅନୁଗୁଳ, ବୌଦ୍ଧ, କନ୍ଧମାଳ, ସୋନପୁର, କଳାହାଣ୍ଡି, ବରଗଡ଼, ବଲାଙ୍ଗୀର, ନୂଆପଡ଼ା, ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଆକଳନ କରାଯାଇଛି । ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବିସ୍ତୃତ ବର୍ଷା ନାହିଁ । କାଁ ଭାଁ କିଛି ସ୍ଥାନରେ ବର୍ଷା ହୋଇପାରେ ବୋଲି ସୋଆ ଜଳବାୟୁ ଓ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ସାହୁ କହିଛନ୍ତି । ଗତ ୨୪ ଘଣ୍ଟାରେ ରାଜ୍ୟରେ କାଁ ଭାଁ କିଛି ସ୍ଥାନରେ ବର୍ଷା ହୋଇଛି । ବାରିପଦାରେ ୪୨.୬ ମିଲିମିଟର ବର୍ଷା ହୋଇଛି । ସମ୍ବଲପୁରରେ ୪୦.୧, ନୟାଗଡ଼ରେ ୩୯.୬, ଭୁବନେଶ୍ୱରରେ ୬.୨ମିମି ବର୍ଷା ରେକର୍ଡ କରାଯାଇଛି । ଆଜି ସକାଳୁ ସନ୍ଧ୍ୟା ଭିତରେ ଭଦ୍ରକ, ବାରିପଦା ଓ କେନ୍ଦୁଝରରେ ସାମାନ୍ୟ ବର୍ଷା ହୋଇଛ ।

 

Breaking News