ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ପ୍ରଭାବ ଆଜିଠାରୁ ହ୍ରାସ ହୋଇଛି । ଏହା ଫଳରେ ପାଗ ବଦଳିବା ସହ ତାପମାତ୍ରା ଧୀରେଧୀରେ ବୃଦ୍ଧି ପାଇବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ଘୂର୍ଣ୍ଣିବଳୟ ପ୍ରଭାବ କମିବାର ଥିଲେ ହେଁ ଆଜି ଉତ୍ତର ଓଡ଼ିଶାରେ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି କେନ୍ଦୁଝର ଓ ଝାରସୁଗୁଡ଼ାରେ ପ୍ରବଳ ବର୍ଷାର ମଧ୍ୟ ଆଶଙ୍କା ରହିଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଏଚ୍ଆର୍ ବିଶ୍ୱାସ କହିଛନ୍ତି, ୨୬ତାରିଖରେ ରାଜ୍ୟରେ ବିଶେଷ ବର୍ଷା ହେବାର ସମ୍ଭାବନା ନାହିଁ। କାଁଭାଁ କିଛି ସ୍ଥାନରେ ମଧ୍ୟମ ଧରଣର ବର୍ଷା ହୋଇପାରେ। ସେହିପରି ୨୭ ତାରିଖରେ କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ୨୮ ତାରିଖରେ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଅଧିକାଂଶ ସ୍ଥାନରେ ପାଗ ଶୁଖିଲା ରହିବ। ଦିନର ତାପାମାତ୍ରା ମଧ୍ୟ ଧୀରେଧୀରେ ବଢ଼ିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି |






More Stories
ମୃତଦେହ ଝୁଣି ଖାଉଛି କୁକୁର…..
ବରଗଡ଼ ଧନୁଯାତ୍ରା ପାଇଁ କଳାକାର ଘୋଷଣା…..
ବାଂଲାଦେଶୀଙ୍କ ଘରେ ବୁଲିଲା ବୁଲ୍ଡୋଜର…..