ରିପୋର୍ଟ କାର୍ଡ / ଭୁବନେଶ୍ୱର
ଦୁଇ ସପ୍ତାହରୁ ଅଧିକ ଦିନପରେ ଗରମ ଗୁଳୁଗୁଳିରୁ ମସମାନ୍ୟ ଅସ୍ବସ୍ତି ମିଳିଛି | ଗତକାଲି ରାଜ୍ୟରେ କେତକ ସ୍ଥାନରେ ବର୍ଷା ହୋଇଛି | ଆଜିଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏଥିରେ ଆହୁରି ମଧ୍ୟ କୁହାଯାଇଛି ଯେ ଆଗାମୀ ୨୪ ଘଣ୍ଟା ମଧ୍ୟରେ କେତେକ ଜିଲ୍ଲାରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଆଗାମୀ ୪ରୁ ୫ ଦିନ ଯାଏଁ ରାଜ୍ୟର କିଛି କିଛି ଜିଲ୍ଲାରେ ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏଥିଲାଗି ପାଇଁ ହଳଦିଆ ଚେତାବନୀ ଜାରି କରାଯାଇଛି। ରାଜ୍ୟରେ ମୌସୁମୀ ସକ୍ରିୟ ହେବାକୁ ଯାଉଛି। ବର୍ଷା ପାଇଁ ୨୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏନେଇ ଭୁବନେଶ୍ୱର ଆଶ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଆସନ୍ତା ୭ ତାରିଖ ଆଡ଼କୁ ପଶ୍ଚିମ-କେନ୍ଦ୍ରୀୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ।






More Stories
ଶପଥ ନେଲେ ତାରିକ ରହମାନ…..
ନାବାଳିକାକୁ ଦୁଷ୍କର୍ମ ଓ ପ୍ରସବ ଘଟଣା:ସିଲ୍ ହେବ ନର୍ସିଂହୋମ୍…..
ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କଲେ ରାଜ୍ୟପାଳ…..