ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଏବେ ମୌସୁମୀ ବାୟୁ ସକ୍ରିୟ ରହିଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେଉଛି। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଘନୀଭୂତ ହେବାରେ ଲାଗିଛି । ଯଦି ଘୂର୍ଣ୍ଣିବଳୟ ଅଧିକ ଘନୀଭୂତ ହୁଏ ତେବେ ଦୁର୍ଗା ପୂଜା ବର୍ଷାରେ ଭିଜିବ ବୋଲି ପୂର୍ବାନୁମାନ କରାଯାଉଛି । ଘୂର୍ଣ୍ଣିବଳୟ ଉତ୍ତର ଏବଂ ଉପକୂଳ ଓଡ଼ିଶାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ,ଗଜପତି, କେଉଁଝର ଓ ମୟୁରଭଞ୍ଜ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ଥିବାରୁ ଏସବୁ ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରାଯାଇଛି । ସେହିପରି ସୋମବାର ମଧ୍ୟ ରାଜ୍ୟର କେତେକ ଜିଲ୍ଲାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି । ତେବେ ପାଣିପାଗ ବିଭାଗର ସୂଚନାନୁଯାୟୀ, ୨୭ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ । ୨୮ ତାରିଖରେ ପ୍ରବଳ ବର୍ଷା ନେଇ କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତି, କେଉଁଝର ଏବଂ ମୟୁରଭଞ୍ଜ ଜିଲ୍ଲା ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି । ସୂଚନାଯୋଗ୍ୟ ଯେ, ପୂର୍ବ ଲଘୁଚାପ ପ୍ରଭାବରେ ରାଜ୍ୟର ବହୁ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଥିଲା । ଯାହାଫଳରେ ଦକ୍ଷିଣ ଓଡ଼ିଶାରେ ବ୍ୟାପକ କ୍ଷୟକ୍ଷତି ଘଟିଥିଲା । ପୁଣି ଆଗକୁ ବର୍ଷା ହେବାର ସମ୍ଭାବନା ଥିବାରୁ ଲୋକେ ଭୟଭୀତ ହୋଇପଡ଼ିଛନ୍ତି । ବିଶେଷ କରି ଚାଷୀକୁଳ ଆଶା ଓ ଆଶଙ୍କାରେ ରହୁଛନ୍ତି ।






More Stories
ମୁଖ୍ୟମନ୍ତ୍ରୀଙ୍କୁ ସୁଆଦ ବିଞ୍ଝାରପୁର ଦେଶୀଗାଈ କ୍ଷୀର…..
ସାଢ଼େ ୬ ଘଣ୍ଟା ପରେ ନଦୀରୁ ବାହାରିଲା କାର……
ମଣ୍ଡି ଦାୟିତ୍ଵରେ ରହିବେ ମନ୍ତ୍ରୀ…..