ରିପୋର୍ଟ କାର୍ଡ / ଭୁବନେଶ୍ୱର
ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ବାତ୍ୟା । ତେଣୁ ଆଜି ଅପରାହ୍ନରେ ଜରୁରୀ ବୈଠକ ଡକାଯାଇଛି । ବାତ୍ୟା ପାଇଁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ ହୋଇଛି। ଉପକୂଳବର୍ତ୍ତୀ ଜିଲ୍ଲା ସହ ଗଜପତି ଜିଲ୍ଲାକୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଗତକାଲି ସୃଷ୍ଟି ହୋଇଥିବା ଘୁର୍ଣ୍ଣିବଳୟ ଆଜି ସକାଳ ୮.୩୦ ପାଖାପାଖି ଉତ୍ତର-ଆଣ୍ଡାମାନ ସାଗର ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି । ଅବପାତ ଘନୀଭୂତ ହୋଇ ବାତ୍ୟାର ରୂପ ନେବ ବୋଲି ଟ୍ୱିଟ୍ କରି ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ । ତେବେ ଘୂର୍ଣ୍ଣିବଳୟରୁ ଲଘୁଚାପ ଓ ପରେ ଅବପାତ ହେବାର ସମ୍ଭାବନା ରହିଛି । ଏହା ପରେ ଅବପାତ ଘନୀଭୂତ ହୋଇ ବାତ୍ୟା ରୂପ ନେବାର ସମ୍ଭାବନା ରହିଛି । ପାଣିପାଗ ବିଭାଗର ସୂଚନା ଅନୁସାରେ, ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଟ୍ୱିଟରେ ପାଣିପାଗ ବିଭାଗ କହିଛି ଯେ, ‘ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଏହା ଲଘୁଚାପରେ ପରିଣତ ହେବ । ୨୨ ତାରିଖ ବେଳକୁ ଲଘୁଚାପଟି ଅବପାତରେ ପରିଣତ ହୋଇପାରେ । ପରବର୍ତ୍ତୀ ସମୟରେ ଅଧିକ ଘନୀଭୂତ ହୋଇ ବାତ୍ୟା ରୂପ ନେଇପାରେ।






More Stories
ଏମିତି ବଜେଟ୍ କେବେ ଦେଖିନି……
ବିଜେଡିରୁ ନିଲମ୍ବନ ହେଲେ ଶଶୀ…..
ରାଷ୍ଟ୍ରପତିଙ୍କ ଗସ୍ତ:ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରସ୍ତୁତି ଆରମ୍ଭ…..