ରିପୋର୍ଟ କାର୍ଡ / ଭୁବନେଶ୍ୱର
ଖରା ଗୁଳୁଗୁଳିରେ ଅନୁଭୁତ ହେଉଥିବା ବେଳେ ଅପରାହ୍ନରେ କେଉଁଠି ବିଜୁଳି ଘଡଘଡି ସହ ବର୍ଷା ହେଉଛି। ଆସନ୍ତା ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ପାଗ ଜାରି ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଅଧିକାଂଶ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଏବଂ କିଛି ସ୍ଥାନରେ ଘଡଘଡି ବିଜୁଳି ସହ ବର୍ଷା ହେବାର ସମ୍ଭାବନା ରହିଛି । ୭ ତାରିଖ ଦିନ ବର୍ଷାର ପରିମାଣ ଏବଂ ବିସ୍ତୃତି ବୃଦ୍ଧି ହେବା ନେଇ ଆକଳନ କରାଯାଇଛି । ଏଥିପାଇଁ ଦକ୍ଷିଣ, ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର ୧୫ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଅଧିକାଂଶ ଜିଲ୍ଲା ଦକ୍ଷିଣ ଓଡ଼ିଶାର ଥିବା ବେଳେ ଉପକୂଳ ଓଡ଼ିଶାର ଖୋର୍ଦ୍ଧା, କଟକ, ଯାଜପୁର, ସଂଲଗ୍ନ ଜିଲ୍ଲା ଅନୁଗୁଳ, ଢେଙ୍କାନାଳ ଏବଂ ନୟାଗଡରେ ବଜ୍ରପାତ ଜନିତ ବର୍ଷା ହେବାର ଅଧିକ ସମ୍ଭାବନା ରହିଛି । ସେପଟେ ବର୍ଷା ହେଲେ ମଧ୍ୟ ମଧ୍ୟାହ୍ନରେ ତାପମାତ୍ରା ବଢିବ । ଆସନ୍ତା ୨ ଦିନ ପର୍ଯ୍ୟନ୍ତ ସ୍ବାଭାବିକ ଠାରୁ ୨ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ହେବାର ସମ୍ଭାବନା ଥିବା ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ।






More Stories
୨୦୧ କନ୍ୟାଦାନକଲେ ମୁଖ୍ୟମନ୍ତ୍ରୀ, ନବଦମ୍ପତିଙ୍କୁ ଆଶୀର୍ବାଦ ଦେଇ କହିଲେ…..
ମା’ ବିରଜାଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି…..
ଶୁଭାରମ୍ଭ ହେବ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା…..