ରିପୋର୍ଟ କାର୍ଡ / ଭୁବନେଶ୍ବର
ପଶ୍ଚିମାଞ୍ଚଳର ବିଭିନ୍ନ ସ୍ଥାନରେ ସର୍ବାଧିକ ତାପମାତ୍ରା ହ୍ରାସ ପାଇଛି। ସମ୍ବଲପୁର ଏବଂ ବୌଦ୍ଧରେ ପାରଦ ୪୨.୨ ଡିଗ୍ରୀ ରେକର୍ଡ ହୋଇଥିବାରୁ ଉଭୟ ସହର ସବୁଠୁ ଅଧିକ ଉତ୍ତପ୍ତ ରହିଥିଲା। ୧୦ ସହରରେ ଦିନ ତାପମାତ୍ରା ୪୦ଡିଗ୍ରୀ କିମ୍ବା ତା’ଠାରୁ ଅଧିକ ରେକର୍ଡ ହୋଇଛି। ଝାରସୁଗୁଡ଼ା ୪୧.୮, ସୁନ୍ଦରଗଡ଼ ୪୧.୨, ହୀରାକୁଦ ୪୧.୧, ଭବାନୀପାଟଣା ୪୦, ଟିଟିଲାଗଡ଼ ୪୦.୬, ସୁବର୍ଣ୍ଣପୁର ୪୧.୫, ବରଗଡ଼ ୪୧.୫, ନୂଆପଡ଼ା ୪୦, ଭୁବନେଶ୍ବର ଏବଂ କଟକରେ ୩୭.୨ ଡିଗ୍ରୀ ଲେଖାଏଁ ରହିଛି। ଜୁନ ପହିଲା ପର୍ଯ୍ୟନ୍ତ କାଳବୈଶାଖୀର ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ଗଜପତି ଜିଲାର କିଛି ଅଞ୍ଚଳରେ ବଜ୍ରପାତ ସହିତ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, ବୌଦ୍ଧ, ଅନୁଗୋଳ, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ବାଲେଶ୍ବର ଏବଂ ଭଦ୍ରକ ଜିଲାର କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ିକୁ ଦୃଷ୍ଟିରେ ରଖି ସତର୍କ ସୂଚନା ଜାରି କରାଯାଇଛି। ଆସନ୍ତା ୫ଦିନ ପର୍ଯ୍ୟନ୍ତ କେତେକ ଅଞ୍ଚଳରେ ସର୍ବାଧିକ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ; କିନ୍ତୁ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଅଞ୍ଚଳରେ ତାପମାତ୍ରା ୪୨ ଡିଗ୍ରୀ କିମ୍ବା ତା’ଠାରୁ ଅଧିକ ରେକର୍ଡ ହୋଇପାରେ।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..