ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଗ୍ରୀଷ୍ମପ୍ରବାହ ଓ ଗୁଳୁଗୁଳି ଜାରି ରହିଛି। ତେବେ, ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ଓ ଝଡ଼ ପବନର ସମ୍ଭାବନା ମଧ୍ୟ ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ, ଅର୍ଥାତ୍ ଜୁନ୍ ୨ ତାରିଖ ଶୁକ୍ରବାର ମଧ୍ୟାହ୍ନ ସୁଦ୍ଧା ଓଡ଼ିଶାର କିଛି ଜିଲ୍ଲାରେ ଘଣ୍ଟା ପ୍ରତି ୩୦- ୪୦ରୁ ଆରମ୍ଭ ହୋଇ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ସହ ଉପକୂଳର ୧୦ଟି ଜିଲ୍ଲାରେ ବଜ୍ରପାତ, ଘଡ଼ଘଡ଼ି ସହ ଘୂର୍ଣ୍ଣିଝଡ଼ ବା କାଳବୈଶାଖୀ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଏକ ସତର୍କ ସୂଚନା ଜାରି କରାଯାଇଛି। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଜାରି କରାଯାଇଥିବା ସତର୍କ ସୂଚନା ଅନୁଯାୟୀ ଏହି ସମୟ ମଧ୍ୟରେ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ବିଶେଷ କରି କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା ଓ କୋରାପୁଟ ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ଝଡ଼ବର୍ଷା ହେବ। ଏବଂ କାଳବୈଶାଖୀ ସମୟରେ ଏହିସବୁ ଜିଲ୍ଲାରେ ପବନର ବେଗ ଘଣ୍ଟାପ୍ରତି ୩୦ରୁ ୪୦ କିମି ମଧ୍ୟରେ ରହିବ। ଏଥିସହ ଓଡ଼ିଶାର ଅନ୍ୟ ଜିଲ୍ଲାରେ ମଧ୍ୟ ବଜ୍ରପାତ ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ଜାରି ସତର୍କ ସୂଚନାରେ କୁହାଯାଇଛି। ଏପରିସ୍ଥିତିରେ ଉପରୋକ୍ତ ୧୦ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ସହ ବଜ୍ରପାତ ସମୟରେ ଲୋକଙ୍କୁ ପାଣିପାଗ ଉପରେ ନଜର ରଖି ସୁରକ୍ଷିତ ସ୍ଥାନରେ ଆଶ୍ରୟ ନେବାକୁ ପରାମର୍ଶ ଦିଆଯାଇଛି।
More Stories
ଆମ ପାଖରେ ପଇସା ନାହିଁ,ଲହୁ ଲୁହ ଦେଇ କଂଗ୍ରେସକୁ ତିଆରି କରିବୁ…..
ଓଡ଼ିଆ ଭାଷାର ଅସ୍ମିତା ଅକ୍ଷୁର୍ଣ୍ଣ ରଖି ବିଶ୍ୱ ଦରବାରରେ ଏହାକୁ ପ୍ରତିଷ୍ଠିତ କରିବା ସଙ୍କଳ୍ପକୁ ଆହୁରି ଦୃଢ଼ କରିବା…..
ଆସନ୍ତାକାଲିଠୁ ସୁଭଦ୍ରା ଶକ୍ତି ମେଳା…..