Report Card Odisha

| Daily Odia News

୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା,ୟେଲୋଓ୍ଵାର୍ଣ୍ଣିଂ ଜାରି…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପର ଦୁର୍ବଳ ହୋଇ ପଡ଼ିଛି। କିନ୍ତୁ, ଲଘୁଚାପ କ୍ଷେତ୍ର ସହ ଜଡିତ ଥିବା ଘୂର୍ଣ୍ଣିବଳୟ ଆଜି ମଧ୍ୟ ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶା ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳର ବାୟୁମଣ୍ଡଳରେ ୭.୬ କିମି ଯାଏଁ ସକ୍ରିୟ ରହିଛି। ଅନ୍ୟପକ୍ଷରେ ମୌସୁମୀ ନିମ୍ନଚାପ ରେଖା ଆଜି ତାର ସାଧାରଣ ଅବସ୍ଥାନ ଠାରୁ ଦକ୍ଷିଣରେ ରହିବା ସହ ରାଜସ୍ଥାନର ବିକେନାରରୁ ବାହାରି ଗୁନା, ମାଣ୍ଡଲା, ରାଏପୁର ମଧ୍ୟ ଦେଇ ଆନ୍ଧ୍ରପ୍ରଦେଶର କଳିଙ୍ଗାପାଟନମରୁ ଦକ୍ଷିଣ ପୂର୍ବ ଦିଗରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଯାଏଁ ଲମ୍ବିଛି ତଥା ବାୟୁମଣ୍ଡଳରେ ୨.୧ କିମି ଉଚ୍ଚତା ଯାଏଁ ବ୍ୟାପିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାର ୧୮ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ନରେ ଜାରି ସତର୍କ ସୂଚନାରେ କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର। ଏହି ପରିପ୍ରେକ୍ଷୀରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୭ ସେପ୍ଟେମ୍ବର ଅପରାହ୍ନ ମଧ୍ୟରେ ରାଜ୍ୟର ୩ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ଦେବଗଡ଼, ଅନୁଗୁଳ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଆଦି ୧୮ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ନରେ ଜାରି ସତର୍କ ସୂଚନାରେ କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।ଅନ୍ୟପକ୍ଷରେ ଟୁଇନ୍‌ ସିଟି କଟକ ଓ ଭୁବନେଶ୍ୱର ସମେତ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି ସକାଳୁ ଆକାଶ ଆଂଶିକ ମେଘାଛନ୍ନ ରହିଛି। ତେବେ, ଟୁଇନ୍‌ ସିଟି ଅଞ୍ଚଳରେ ଅପରାହ୍ନରୁ ବିଳମ୍ବିତ ସନ୍ଧ୍ୟା ମଧ୍ୟରେ ବଜ୍ରପାତ ସହ ଅସରାଏ, ଦୁଇଅସରା ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଜାରି ସୂଚନାରେ କୁହାଯାଇଛି।

Breaking News