ରିପୋର୍ଟ କାର୍ଡ / ଭୁବନେଶ୍ୱର
ଉତ୍ତର-ପଶ୍ଚିମ ଓ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ କ୍ରମଶଃ ଘନୀଭୂତ ହେବାରେ ଲାଗିଛି । ଏହାର ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ-ଓଡ଼ିଶା ଉପକୂଳରେ ଲଘୁଚାପ ସକ୍ରିୟ ରହିଛି । ଏଥି ଯୋଗୁ ଆଗାମୀ ୩ ଦିନ ଯାଏ ରାଜ୍ୟରେ ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ସୂଚନା ଅନୁସାରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ପୁରୀ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଯାଜପୁର, କଟକ, ଖୋର୍ଦ୍ଧା, ଗଞ୍ଜାମ, ଢ଼େଙ୍କାନାଳ, ଅନୁଗୋଳ, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ସୋନପୁର, ବୌଦ୍ଧ, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆଜି କଳାହାଣ୍ଡି, କନ୍ଧମାଳ, ସୋନପୁର, ବଲାଙ୍ଗିର, ବୌଦ୍ଧ, ସମ୍ୱଲପୁର, ଅନୁଗୋଳ, ବରଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, କଟକ, ସୁନ୍ଦରଗଡ଼, ଦେବଗଡ଼, ନୂଆପଡ଼ା, ନବରଙ୍ଗପୁର, ରାୟଗଡ଼ା ଓ ଗଞ୍ଜାମ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ତେବେ ବଜ୍ରପାତ ଓ ଘଡ଼ଘଡ଼ି ନେଇ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, ସମ୍ୱଲପୁର, ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ବରଗଡ଼, ନୂଆପଡ଼ା, ବଲାଙ୍ଗିର, ସୋନପୁର, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ନୟାଗଡ଼, ପୁର ଏବଂ ଖୋର୍ଦ୍ଧା ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରାଯାଇଛି।






More Stories
ଆଜି ମନ୍ତ୍ରୀ ପରିଷଦ ବୈଠକ…..
ଓଏଏସ୍ ଅଧିକାରୀଙ୍କ ବଦଳି……
୨୦ରୁ ଠିକାଦାରଙ୍କ ଆନ୍ଦୋଳନ…..