ରିପୋର୍ଟ କାର୍ଡ /ଭୁବନେଶ୍ୱର
ବାତ୍ୟା ମିଗଜୋମ୍ ସ୍ଥଳଭାଗ ଛୁଇଁବା ପରେ ଦୁର୍ବଳ ହେବା ସହ କେନ୍ଦ୍ରୀୟ ଆନ୍ଧ୍ର ଉପକୂଳରେ ଗଭୀର ଅବପାତରେ ପରିଣତ ହୋଇଛି । ଆଗାମୀ କିଛି ଘଣ୍ଟା ଭିତରେ ଏହା ଅବପାତର ରୂପ ନେବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଅନ୍ୟପକ୍ଷରେ ବାତ୍ୟା ପ୍ରଭାବରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି।ଆଜି ଦକ୍ଷିଣ ଓଡ଼ିଶାର ମାଲକାନଗିରି, କୋରାପୁଟ ଏବଂ ରାୟଗଡ଼ାରେ ଅତି ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ। ଏହି ୩ ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି ହୋଇଛି। ସେହିପରି ଗଞ୍ଜାମ, ଗଜପତି, ନବରଙ୍ଗପୁର, କଳାହାଣ୍ଡି ଏବଂ କନ୍ଧମାଳ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବର୍ଷାର ପ୍ରଭାବ ଆଗାମୀ ୨୪ ଘଣ୍ଟା ଯାଏ ରହିବ ବୋଲି ସୂଚନା ରହିଛି। ବାତ୍ୟା ମିଗଜୋମ ପ୍ରଭାବରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଗଜପତି ଜିଲ୍ଲାରେ ଆଜି ସବୁସ୍କୁଲ ଓ ଅଙ୍ଗନବାଡି କେନ୍ଦ୍ର ଛୁଟି ଘୋଷଣା କରାଯାଇଛି।।ତେବେ ବର୍ତ୍ତମାନ ପାଇଁ ଓଡ଼ିଶାରେ ବାତ୍ୟାର ଭୟ ନାହିଁ ବୋଲି ସୂଚନା ଦେଇଛନ୍ତି SRC ସତ୍ୟବ୍ରତ ସାହୁ।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..