ରିପୋର୍ଟ କାର୍ଡ / ଭୁବନେଶ୍ବର
ବଦଳିବ ଓଡ଼ିଶାର ପାଣିପାଗ | ଆସନ୍ତା ୨୩ ଓ ୨୪ ତାରିଖରେ ଓଡ଼ିଶାର କେତେକ ସ୍ଥାନରେ ହାଲୁକା ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ ୨୩ ତାରିଖରୁ ୨୪ ତାରିଖ ସକାଳ ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହେବାକୁ ଥିବା ବେଳେ ୨୪ରୁ ୨୫ ତାରିଖ ମଧ୍ୟରେ ଉତ୍ତର ଉପକୂଳ ଓଡ଼ିଶା, ପୁରୀ, ଖୋର୍ଦ୍ଧା, ଢେଙ୍କାନାଳ, ମୟୂରଭଞ୍ଜରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଆସନ୍ତା ଦୁଇ ଦିନ ମଧ୍ୟରେ ଉପକୂଳ ଓ କେନ୍ଦ୍ରୀୟ ଓଡ଼ିଶାର ୧୪ଟି ଜିଲ୍ଲାରେ ଘନ କୁହୁଡ଼ି ହେବାକୁ ଥିବାରୁ ସ୍ବତନ୍ତ୍ର ରିଲିଫ୍ କମିସନର(ଏସ୍ଆରସି)ଙ୍କ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।






More Stories
ମା’ଙ୍କୁ ମାରି ପ୍ଲାଷ୍ଟର କରିଦେଲା ପୁଅ !…..
ଟାଣି ନେଲା କୁମ୍ଭୀର…..
ବଢ଼ିଲା ସୌରିନ୍ ଭଟ୍ଟଙ୍କ ଅଡୁଆ…..