ରିପୋର୍ଟ କାର୍ଡ / ଭୁବନେଶ୍ୱର
ତାତି ରୁ ମିଳିବ ଅସ୍ବସ୍ତି | ଆସନ୍ତାକାଲି ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ୨୪ ତାରିଖ ବେଳକୁ ଏହା ଘନୀଭୂତ ହୋଇ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ରଟି ସୃଷ୍ଟି ହେବା ପରେ ଏହା ଉତ୍ତରପୂର୍ବ ଦିଗକୁ ଗତି କରିବ। ପରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆହୁରି ଘନୀଭୂତ ହୋଇ ଅବପାତ ଓ ଗଭୀର ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ଏହା ବାତ୍ୟାରେ ମଧ୍ୟ ପରିଣତ ହୋଇପାରେ। ତେବେ ବାତ୍ୟା ନେଇ ଏଯାଏ କୌଣସି ଆକଳନ କରାଯାଇନି। ୨୨ ତାରିଖ ପରେ କିମ୍ବା ଲଘୁଚାପ ସୃଷ୍ଟି ହେବା ପରେ ହିଁ ଚିତ୍ର ସ୍ପଷ୍ଟ ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଅନ୍ୟପକ୍ଷରେ ଆଜିଠୁ ତିନି ଦିନ ପାଇଁ ରାଜ୍ୟର କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଦୁଇ ଦିନ ପାଇଁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କତା ଜାରି କରିଛି ପାଣିପାଗ କେନ୍ଦ୍ର। ୨୪ ତାରିଖରେ ଜଗତସିଂହପୁର ଏବଂ କେନ୍ଦ୍ରପଡ଼ାରେ ପ୍ରବଳୁ ଅତି ପ୍ରବଳ ବର୍ଷା ଏବଂ ୬ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିଭଳି ୨୫ ତାରିଖ ପାଇଁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।





More Stories
ଓଡ଼ିଶା ସେମିକଣ୍ଡକ୍ଟର କ୍ଷେତ୍ରରେ ଆଗକୁ ବଢ଼ଛି…..
ଜାଭେଦ ଅଖତରଙ୍କୁ ସୋଆ ସାହିତ୍ୟ ସମ୍ମାନ ୨୦୨୫……
ଶଙ୍କରକୁ ଭୁବନେଶ୍ଵର ଆଣିଲା କ୍ରାଇମବ୍ରାଞ୍ଚ……