ରିପୋର୍ଟ କାର୍ଡ / ଭୁବନେଶ୍ୱର
ଦକ୍ଷିଣପୂର୍ବ ବାଂଲାଦେଶ ଓ ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ୪୮ ଘଣ୍ଟା ମଧ୍ୟରେ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଅବପାତରେ ପରିଣତ ହୋଇପାରେ। ଏହା ପ୍ରଭାବରେ ରାଜ୍ୟରେ ଆଜିଠୁ ୧୫ ତାରିଖ ପର୍ଯ୍ୟନ୍ତ ୩ ଦିନ ଧରି ବର୍ଷା ସମ୍ଭାବନା ରହିଛି। କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। କଳାହାଣ୍ଡି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାଛଡ଼ା ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଜଗତସିଂହପୁର, ଗଜପତି, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲାମାନଙ୍କୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।






More Stories
ପାହାଡପୁରରେ ରାଷ୍ଟ୍ରପତିଙ୍କୁ ଭବ୍ୟ ସ୍ବାଗତ…..
ବଦଳିବ ଜିଲ୍ଲାର ଇଂରାଜୀ ନାମ…..
ବାରମ୍ବାର ଦେଇପାରିବେନି ଆଇଏଏସ୍,ଆଇପିଏସ୍ ପରୀକ୍ଷା……