ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ଅବପାତରେ ପରିଣତ ହେବ ସୁଦୃଶ୍ୟ ଲଘୁଚାପ। ଏହା ପ୍ରଭାବରେ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। ୨୭ରୁ ୨୯ ତାରିଖ ଯାଏ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ଥିବା ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ପାଣିପାଗ କେନ୍ଦ୍ର ସୂଚନା ଅନୁସାରେ, ଦକ୍ଷିଣ ପୂର୍ବ ବଙ୍ଗୋପସାଗର ତତ୍ ସଂଲଗ୍ନ ଭାରତ ମହାସାଗର ନିକଟସ୍ଥ ଅଞ୍ଚଳରେ ଅବସ୍ଥିତ ସୁଦୃଶ୍ୟ ଲଘୁଚାପ | କ୍ଷେତ୍ରଟି କ୍ରମଶଃ ଘନୀଭୂତ ହୋଇ ଆଜି ଆବପାତର ରୂପ ନେଇ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରିବ। ଏହା ପରବର୍ତ୍ତୀ ସମୟରେ ଘନୀଭୂତ ହୋଇ ତାମିଲନାଡୁ ଏବଂ ଶ୍ରୀଲଙ୍କାରେ ଉପକୂଳ ଛୁଇଁବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଓଡ଼ିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ତିନି ଦିନ ରାଜ୍ୟର ବିଭିନ୍ନ ସ୍ଥାନ ତଥା ବିଶେଷ ଭାବେ ଉପକୂଳ ଓଡ଼ିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।






More Stories
ଆଜି ଚତୁର୍ଦ୍ଧାମୂର୍ତ୍ତିଙ୍କ ଆଡପ ମଣ୍ଡପ ବିଜେ…..
ଓଡିଶା ଆସିବେ ରାଷ୍ଟ୍ରପତି !…..
ଦୁର୍ବଳ ହେବ ଲଘୁଚାପ:ଏହି ଜିଲ୍ଲାକୁ ୟେଲୋ ଓ୍ବାର୍ନିଂ…..