ରିପୋର୍ଟ କାର୍ଡ /ଭୁବନେଶ୍ୱର
ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ହେଉଥିବାବେଳେ ୧୯ ତାରିଖଯାଏ ଏହା ଜାରି ରହିବ। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁସାରେ ଶୁକ୍ରବାର ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ କନ୍ଧମାଳ ଆଦି ୪ ଜିଲ୍ଲାରେ ବଜ୍ରପାତ ସହ ପ୍ରବଳ ବର୍ଷା ହୋଇପାରେ। ତେଣୁ ଏହିସବୁ ଜିଲାରେ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ନେଇ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯିବା ସହ ଏସବୁ ଜିଲ୍ଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏହାସହ ବିଜୁଳି ଓ ଘଡ଼ଘଡ଼ି ନେଇ ୨୬ ଜିଲ୍ଲାକୁ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ତେବେ ଝଡ଼ବର୍ଷା ଫଳରେ ଆସନ୍ତା ୩ଦିନ ମଧ୍ୟରେ ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇପାରେ। ।






More Stories
ଫେବୃଆରୀ ୧୯ରୁ ମାଟ୍ରିକ୍ ପରୀକ୍ଷା…..
ବିଧାୟକଙ୍କୁ ହତ୍ୟା ଧମକ…..
ଏସ୍ଆଇ ପରୀକ୍ଷା ଜାଲିଆତି: ମାଷ୍ଟରମାଇଣ୍ଡ ଗିରଫ……