ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଗାମୀ ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦକ୍ଷିଣ ଆଣ୍ଡାମାନ ସାଗର, ନିକୋବର ଦ୍ବୀପପୁଞ୍ଜ ଓ ଏହାର ନିକଟବର୍ତ୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଛୁଇଁବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଅନ୍ୟପକ୍ଷରେ ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାରେ ଗ୍ରୀଷ୍ମଲହରୀ ଜାରି ରହିଛି। ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ରିପୋର୍ଟ ଅନୁସାରେ ରାଜ୍ୟରେ ୧୧ଟି ସ୍ଥାନରେ ତାପମାତ୍ରା ୪୦ ରୁ ଅଧିକ ରହିଛି। ସୁବର୍ଣ୍ଣପୁରରେ ଦ୍ବିତୀୟ ସର୍ବାଧିକ ୪୩ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ସୁନ୍ଦରଗଡ଼ ୪୨.୫, ଝାରସୁଗୁଡ଼ା ୪୨.୪, ବଲାଙ୍ଗୀର ୪୨.୨, ଦେବଗଡ଼ ୪୨, ଭବାନୀପାଟଣା ୪୧.୮, ସମ୍ବଲପୁର ୪୧.୬, ନୂଆପଡ଼ା ୪୧, ବରଗଡ଼ରେ ୪୦.୫ ଓ ମାଲକାନଗିରିରେ ୪୦ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । ଭୁବନେଶ୍ବରରେ ୩୫.୫ ଓ କଟକରେ ୩୫ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ସେହିପରି ରାଜ୍ୟରେ ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ କାଳବୈଶାଖୀ ପ୍ରଭାବ ରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଆସନ୍ତାକାଲିଠାରୁ ୧୬ ତାରିଖ ସକାଳ ପର୍ଯ୍ୟନ୍ତ ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବଜ୍ରପାତ ସହ ବର୍ଷା ଓ ପବନ ହେବ । ଏହି ସମୟରେ ପବନର ବେଗ ୩୦ରୁ ୪୦ କିମି ରହିବ । କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା, ଗଜପତି, ରାୟଗଡ଼ା, କନ୍ଧମାଳ, ଯାଜପୁର ଓ ଭଦ୍ରକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ବର୍ଷା ହେବ ରମ୍ଭାବନା ରହିଛି ।






More Stories
ଝଡ଼ ବର୍ଷା:୮ ଜିଲ୍ଲାକୁ ୟେଲୋ ଓ୍ବାର୍ନିଂ…..
ବିଜେଡିରେ ମିଶିଲେ ରଘୁନାଥ ମହାନ୍ତି-ଜୀବନ ପ୍ରଦୀପ….
୨ରୁ ଯୁକ୍ତ ଦୁଇ ଖାତାଦେଖା…..