ରିପୋର୍ଟ କାର୍ଡ / ଭୁବନେଶ୍ବର
ରାଜ୍ୟ ଉପରେ ଦୁଇ ଦୁଇଟି ଲଘୁଚାପ ପ୍ରଭାବରେ ଆହୁରି ୪ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବ। ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ ବର୍ତ୍ତମାନ ଉତ୍ତର ଓଡିଶା ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ରହିଛି। ଏହା ଦୁର୍ବଳ ହୋଇଛି। ତେବେ ଆଜି ଉତ୍ତର ଓ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ନୂତନ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଅଛି । ଏହା ପଶ୍ଚିମ ଦିଗକୁ ଗତି କରିବା ସହ ସେପ୍ଟେମ୍ବର ୨୬ ତାରିଖ ରେ ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ଫଳରେ ସେପ୍ଟେମ୍ବର ୨୭ ତାରିଖ ପାଖାପାଖି ଦକ୍ଷିଣ ଓଡ଼ିଶା ଉତ୍ତର ଆନ୍ଧ୍ର ପ୍ରଦେଶ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି। ଉଭୟ ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ। ବିଶେଷ କରି ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷିବ। ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ରେ ସାରା ଓଡ଼ିଶାରେ ବିଜୁଳି ଘଡଘଡି ବର୍ଷାକୁ ନେଇ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ମାଲକାନଗିରିରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ସହ ରାୟଗଡ଼ା, କୋରାପୁଟ, ନବରଙ୍ଗପୁର ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି
More Stories
କଟକରେ ଭାଙ୍ଗିଲା ତୋରଣ…..
ଗଭୀର ଅବପାତରେ ପରିଣତ ଲଘୁଚାପ,ପ୍ରବଳ ବର୍ଷିବ…..
ହାତୀଙ୍କ ପାଇଁ ଘର ତିଆରିବେ ସରକାର……