ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବଜ୍ରପାତ ସହ କାଳବୈଶାଖୀ ଜନିତ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି | ରିପୋର୍ଟ ଅନୁସାରେ- ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼଼ା, କନ୍ଧମାଳ, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ୧୩ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ୧୮ରୁ ୧୯ ତାରିଖ ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର,ନୂଆପଡ଼ା, କଳାହାଣ୍ଡି, ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଂଜ, ବାଲେଶ୍ୱର, ଅନୁଗୁଳ ଓ ଢେଙ୍କାନାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ପାଣିପାଗ ବିଭାଗ ଏହି ଜିଲ୍ଲାଗୁଡିକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।






More Stories
ଶ୍ରୀମନ୍ଦିର ଭିତରେ ମୋବାଇଲରେ କଥା ହେଲେ ଶ୍ରଦ୍ଧାଳୁ…..
ଫେବୃଆରୀରୁ ଆରମ୍ଭ ହେବ ସ୍ୱଚ୍ଛ ସର୍ବେକ୍ଷଣ…..
ରାଉରକେଲା ବିମାନ ଦୁର୍ଘଟଣା:ଆବଶ୍ୟକ ପଡିଲେ ଏୟାର ଲିଫ୍ଟିଙ୍ଗ…..