Report Card Odisha

| Daily Odia News

୧୨ ଜିଲ୍ଲାରେ ପ୍ରବଳ ବର୍ଷୀବ……

ରିପୋର୍ଟ କାର୍ଡ /ଭୁବନେଶ୍ୱର

ଦକ୍ଷିଣ ବାଂଲାଦେଶ ଓ ତା’ ପାର୍ଶ୍ୱବର୍ତ୍ତୀ ଗାଙ୍ଗେୟ ପଶ୍ଚିମବଙ୍ଗରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ। ଏହାର ପ୍ରଭାବରେ ରାଜ୍ୟରେ ବଢ଼ିବ ବର୍ଷାର ପରିମାଣ। ଆସନ୍ତା ୨୦ ତାରିଖ ଯାଏ ରାଜ୍ୟରେ ବିଭିନ୍ନ ସ୍ଥାନରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି । ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ମୌସୁମୀ ଜନିତ ବର୍ଷା ସାରା ରାଜ୍ୟରେ ଜାରି ରହିଥିବା ବେଳେ ଲଘୁଚାପ ଯୋଗୁ ଏହାର ପରିମାଣ ଅଧିକ ବଢ଼ିପାରେ। ଆଜି ପାଇଁ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲା ଗୁଡ଼ିକ ହେଲା ବରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ଦେବଗଡ଼, ସୁନ୍ଦରଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ୱର ଓ ଭଦ୍ରକ। ଏହି ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହିସବୁ ଜିଲ୍ଲାର ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଶନିବାର ମଧ୍ୟ ସମଗ୍ର ରାଜ୍ୟରେ ବର୍ଷା ହେବ। ତେବେ ବରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହିସବୁ ଜିଲ୍ଲାର ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ରବିବାର ବରଗଡ଼, ବଲାଙ୍ଗିର, ଝାରସୁଗୁଡ଼ା, ସମ୍ୱଲପୁର, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହିସବୁ ଜିଲ୍ଲାର ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସୋମବାର ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ସୋନପୁର ଓ ଦେବଗଡ଼ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହିସବୁ ଜିଲ୍ଲାର ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Breaking News