ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ଓ ବର୍ଷା ସମ୍ଭାବନା ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ତେବେ କୋରାପୁଟ, ନବରଙ୍ଗପୁର, ମାଲକାନଗିରି, ନୂଆପଡ଼ା, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଧା, ମୟୂରଭଞ୍ଜ, ବାଲେଶ୍ବର ଓ ଭଦ୍ରକ ଆଦି ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଉକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ବି ଜାରି କରାଯାଇଛି। ସେହିପରି କୋରାପୁଟ, ନବରଙ୍ଗପୁର, ମାଲକାନଗିରି, ନୂଆପଡ଼ା, କଳାହାଣ୍ଡି, ରାୟଗଡ଼ା, ଗଜପତି,ଗଞ୍ଜାମ, କନ୍ଧମାଳ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ଓ ବଜ୍ରପାତ ଆଶଙ୍କା ରହିଛି। ତେବେ ଆସନ୍ତା ୪ ତାରିଖ ଯାଏଁ ରାଜ୍ୟର ଅନେକ ଜିଲ୍ଲାରେ ବର୍ଷା, କାଳବୈଶାଖୀ ଓ ବଜ୍ରପାତ ଆଶଙ୍କା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ। ଏଥିପାଇଁ ଅନେକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବର୍ତ୍ତମାନ ସୁଦ୍ଧା ରାଜ୍ୟର ଟିଟିଲାଗଡ଼ରେ ୪୨ଡିଗ୍ରି ସେଲସିୟସ ସର୍ବାଧିକ ତାପମାତ୍ରା ଥିବା ବେଳେ ଫୁଲବାଣୀରେ ୨୩ଡିଗ୍ରି ସର୍ବନିମ୍ନ ତାପମାତ୍ରା ରହିଛି।
More Stories
ପୁରୀରୁ ନବୀନଙ୍କୁ ଟାର୍ଗେଟ,ସଂକଳ୍ପପତ୍ର ଆମପାଇଁ ଧର୍ମଗ୍ରନ୍ଥ…..
ମଙ୍କିପକ୍ସ ପାଇଁ ଗାଇଡଲାଇନ ଜାରି….
ଡାକ୍ତରଙ୍କ ସୁରକ୍ଷା ପାଇଁ ସ୍ବତନ୍ତ୍ର ଗାଇଡ୍ ଲାଇନ୍…..