ରିପୋର୍ଟ କାର୍ଡ / ଭୁବନେଶ୍ୱର
ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ବୁଧବାର ସୃଷ୍ଚି ହୋଇଥିବା ସାଇକ୍ଲୋନିକ ସର୍କୁଲେସନ ଗୁରୁବାର ଲଘୁଚାପରେ ପରିଣତ ହୋଇଛି । ଏନେଇ ଉଭୟ ଭାରତୀୟ ପାଣିପାଗ ବିଭାଗ(ଆଇଏମଡି) ପକ୍ଷରୁ ସ୍ପଷ୍ଟ କରାଯାଇଛି। ଆଇଏମଡି ସୂଚନା ମୁତାବକ, ଲଘୁଚାପ ପ୍ରଭାବରେ ଆସନ୍ତା ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ଉପକୂଳବର୍ତ୍ତୀ ଜିଲ୍ଲା ଗୁଡ଼ିକରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କି.ମି ବୃଦ୍ଧି ପାଇପାରେ । ଲଘୁଚାପ ପ୍ରଭାବରେ ଆଗାମୀ କିଛି ସମୁଦ୍ର ଅଶାନ୍ତ ରହିବ। ଏନେଇ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନ ଯିବାକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। । ଲଘୁଚାପ ଓଡ଼ିଶା, ଝାଡ଼ଖଣ୍ଡ, ଛତିଶଗଡ଼ ଓ ମଧ୍ୟପ୍ରଦେଶ ଦେଇ ରାଜସ୍ଥାନ ଆଡ଼କୁ ଗତି କରିବ। ଫଳରେ ଏସବୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ତେବେ ୨୭ ତାରିଖ ରାଜସ୍ଥାନ ପହଞ୍ଚିବା ବେଳକୁ ଲଘୁଚାପ ଦୁର୍ବଳ ହୋଇଯିବ। ଅନ୍ୟପକ୍ଷରେ, ଆସନ୍ତା ୨୭ ତାରିଖ ବେଳକୁ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ଆଇଏମ୍ଡି ପୂର୍ବାନୁମାନ କରିଛି।
More Stories
ଭୁବନେଶ୍ୱରରେ ରାଷ୍ଟ୍ରପତି…..
ପୁଣି ଅଶାନ୍ତ ଶ୍ରୀକ୍ଷେତ୍ର:ଅଟୋଚାଳକଙ୍କୁ ହାଣୀଲେ ଦୃର୍ବୁତ୍ତ….
ହସ୍ପିଟାଲ ଛାତରୁ ଡେଇଁ ପଡ଼ିଲେ ରୋଗୀ…..