ରିପୋର୍ଟ କାର୍ଡ / ଭୁବନେଶ୍ୱର
ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଘନୀଭୂତ ହୋଇ ୪୮ ଘଣ୍ଟାରେ ଲଘୁଚାପର ପରିଣତ ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଆଜିଠୁ ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟୁଇଟ୍ କରି ସୂଚନା ଦିଆଯାଇଛି। ପାଣିପାଗ ବିଶେଷଜ୍ଞ ସୂଚନା ଅନୁସାରେ, ଲଘୁଚାପ ପ୍ରଭାବରେ ୮ ତାରିଖରୁ ୧୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୮ ତାରିଖରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବ। ଏଥିପାଇଁ ୫ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲାଗୁଡ଼ିକ ହେଲା ପୁରୀ, ଗଂଜାମ, ଗଜପତି, ରାୟଗଡ଼ା ଓ କୋରାପୁଟ। ଏହାସହ ପାର୍ଶ୍ୱବର୍ତ୍ତୀ ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।






More Stories
CMOରୁ ଫାଇଲ୍ ଗାଏବ ମାମଲା; ତତ୍କାଳୀନ ମୁଖ୍ୟମନ୍ତ୍ରୀଙ୍କ କିରାଣି ଘରେ ଚଢ଼ଉ…..
ସୌମ୍ୟ ହତ୍ୟା ଘଟଣା ; ଚାର୍ଜସିଟ ଦାଖଲ କଲା କ୍ରାଇମବ୍ରାଞ୍ଚ…..
ଚକୋଲେଟ୍ ବାଣ୍ଟିଲେ ରାଷ୍ଟ୍ରପତି……